Posted inଖେଳ

ପ୍ରଣୟଙ୍କୁ କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ନୂଆଦିଲ୍ଲୀ, ୩୦ା୮ (ପି.ଟି.): ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ପାଇବା ପରେ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ଏଚ.ଏସ୍‌. ପ୍ରଣୟ ମଙ୍ଗଳବାର ସଦ୍ୟ ପ୍ରକାଶିତ ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ତାଙ୍କ କ୍ୟାରିୟର ଶ୍ରେଷ୍ଠ ୬ଷ୍ଠ ସ୍ଥାନ ଅଧିକାର କରିଛନ୍ତି। ୩୧ ବର୍ଷୀୟ କେରଳର ଏହି ବ୍ୟାଡ୍‌ମିଣ୍ଟନ ଖେଳାଳି ବିଶ୍ୱ ଚାମ୍ପିୟନଶିପ୍‌ରେ ତାଙ୍କ ପ୍ରଥମ ବ୍ରୋଞ୍ଜ ପଦକ ହାସଲ ପଥରେ ବିଶ୍ୱର ନମ୍ବର ଓ୍ବାନ ଓ ଅଲିମ୍ପିକ ଚାମ୍ପିୟନ ଭିକ୍ଟର ଏକ୍ସେଲସେନଙ୍କୁ ହରାଇ ଦେଇଥିଲେ। ଫଳରେ ସେ ୭୨୪୩୭ ପଏଣ୍ଟ ସହ ୩ ସ୍ଥାନ ଉପରକୁ ଉଠିପାରିଛନ୍ତି। ଗତବର୍ଷ ଡିସେମ୍ବରଠାରୁ ସେ କେବଳ ଏକମାତ୍ର ଭାରତୀୟ ଭାବେ ଟପ୍‌ ୧୦ରେ ତାଙ୍କ ସ୍ଥାନ ବଜାୟ ରଖିପାରିଛନ୍ତି। ଏହି ସମୟ ମଧ୍ୟରେ ସେ ସୁପର-୫୦୦ ମାଲେସିଆ ମାଷ୍ଟର୍ସ ଜିତିଥିବା ବେଳେ ନିକଟରେ ଅଷ୍ଟ୍ରେଲିଆନ ଓପନରେ ରନରଅପ୍‌ ହୋଇଥିଲେ। ପୁରୁଷ ସିଙ୍ଗଲ୍ସରେ ଅନ୍ୟ ଭାରତୀୟଙ୍କ ମଧ୍ୟରେ ଲକ୍ଷ୍ୟ ସେନ୍‌ ଗୋଟିଏ ସ୍ଥାନ ତଳକୁ ଖସି ଆସିଛନ୍ତି। ବର୍ତ୍ତମାନ ସେ ବିଶ୍ୱର ୧୨ ନମ୍ବର ଖେଳାଳି ହୋଇଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ରେ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲେ ମଧ୍ୟ କିଡାମ୍ବି ଶ୍ରୀକାନ୍ତ ୨୦ତମ ସ୍ଥାନ ବଜାୟ ରଖିଛନ୍ତି। ମହିଳା ସିଙ୍ଗଲ୍ସରେ ପୂର୍ବତନ ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ପ୍ରଥମ ରାଉଣ୍ଡରେ ପରାଜିତ ହୋଇଥିଲେ ମଧ୍ୟ ଗୋଟିଏ ସ୍ଥାନ ଉପରକୁ ଉଠି ୧୪ତମ ସ୍ଥାନରେ ଅଛନ୍ତି। ପୁରୁଷ ଡବଲ୍ସରେ ସାତ୍ତ୍ୱିକସାଇରାଜ ରାଙ୍କି ରେଡ୍ଡୀ ଓ ଚିରାଗ ଶେଟ୍ଟି ବିଶ୍ୱ ଚାମ୍ପିୟନଶିପ୍‌ କ୍ୱାର୍ଟରଫାଇନାଲରେ ପରାଜିତ ହୋଇଥିଲେ ମଧ୍ୟ ବିଶ୍ୱର ନମ୍ବର ୨ ର଼୍ୟାଙ୍କିଙ୍ଗ ବଜାୟ ରଖିପାରିଛନ୍ତି। ମହିଳା ଡବଲ୍ସ ଯୋଡ଼ି ତ୍ରିସା ଜୋଲି ଓ ଗାୟତ୍ରୀ ଗୋପୀଚାନ୍ଦ ବିଶ୍ୱ ର଼୍ୟାଙ୍କିଙ୍ଗରେ ଦୁଇସ୍ଥାନ ପଦୋନ୍ନତି ସହ ୧୭ତମ ସ୍ଥାନ ଅଧିକାର କରିଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ରେ ଏହି ଯୋଡ଼ି ପ୍ରି-କ୍ୱାର୍ଟରଫାଇନାଲ ପର୍ଯ୍ୟନ୍ତ ଯାଇ ପାରିଥିଲେ। ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ସେମାନେ ଚାଇନାର ଚେନ୍‌ କ୍ୱିନ୍‌ ଚେନ୍‌ ଓ ଜିଆ ୟି ଫାନ୍‌ଙ୍କଠାରୁ ହାରିଯାଇଥିଲେ, ଯେଉଁ ଯୋଡ଼ି ଶେଷରେ ସ୍ବର୍ଣ୍ଣ ପଦକ ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?