Posted inଖେଳ

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ କରିଛନ୍ତି।

ପ୍ରତିଯୋଗିତାର ୯ମ ତଥା ଫାଇନାଲ ରାଉଣ୍ଡରେ ଏହି ୧୯ ବର୍ଷୀୟ ପେତ୍ରୋଭକ୍ସି ଧଳା ଦାନରେ ଖେଳି ଚାମ୍ପିୟନଶିପ୍‌ ଜିତି ନେଇଥିଲେ। ୨୬୭୩ ରେଟିଂପ୍ରାପ୍ତ ପ୍ରଣେଶ ସଦ୍ୟ ପ୍ରକାଶିତ ଫିଡେ ଓ୍ବାଲର୍‌ଡ ର଼୍ୟାଙ୍କିଙ୍ଗରେ ୪୪ତମ ସ୍ଥାନ ଅଧିକାର କରିଛନ୍ତି।

ଟୁର୍ନାମେଣ୍ଟରେ ଏହି ସଫଳତା ପାଇଁ ହଙ୍ଗେରୀସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ପ୍ରଣେଶଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା। ୯ମ ରାଉଣ୍ଡରେ ରୋମାଞ୍ଚକ ଖେଳ ପରେ ପ୍ରଣେଶ ସେଣ୍ଟ୍ରାଲ ୟୁରୋପର ଏହି ସବୁଠାରୁ ପ୍ରତିଦ୍ୱନ୍ଦ୍ୱିତାମୂଳକ ଓପନ ଟୁର୍ନାମେଣ୍ଟରେ ପ୍ରଣେଶ ଶୀର୍ଷ ସ୍ଥାନ ଅଧିକାର କରିଥିଲେ। ତାମିଲନାଡୁର କରାଇକୁଡି ବାସିନ୍ଦା ପ୍ରଣେଶ ୯ରାଉଣ୍ଡ ଖେଳରୁ ୭ ପଏଣ୍ଟ ଅର୍ଜନ କରିଥିଲେ। ଓର୍‌ ବ୍ରୋନ୍‌ଷ୍ଟିନ୍‌, ଆନ୍ଦ୍ରେଇ ଭୋଲୋକଟିନ୍‌ ଏବଂ ଭାରତର କାର୍ତ୍ତିକ ଭେଙ୍କଟରମଣ ୭ ପଏଣ୍ଟ ସହ ଟୁର୍ନାମେଣ୍ଟ ଶେଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri