ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରାଗଲା ଏୟାରଲିଫ୍ଟ: ସ୍ବାସ୍ଥ୍ୟାବସ୍ଥା…

ସମ୍ବଲପୁର,୧୫।୩: ପୂର୍ବତନ ରାଜ୍ୟ ସଭା ଏମ୍‌ପି ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଶୁକ୍ରବାର ଏୟାରଲିଫ୍ଟ କରାଯାଇଛି। ସମ୍ବଲପୁର ଜମାଦାରପାଲି ଏୟାରଷ୍ଟ୍ରିପରୁ ସ୍ବତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ଅଣାଯାଇଛି । ଦୁର୍ଘଟଣାରେ ଗୁରୁତର ଆହତ ହେବା ପରେ ସମ୍ବଲପୁରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଚିକିତ୍ସା କରାଯାଉଥିଲା । ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ନେଇ ପରିବାର ପକ୍ଷରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ନବୀନ ନିବାସରେ ଆୟୋଜିତ ବିଜେଡି ବୈଠକରେ ଯୋଗ ଦେଇ ବରଗଡ଼ ଫେରିବା ବେଳେ ଗୁରୁବାର ବିଳମ୍ବିତ ରାତିରେ ଏକ ଗ୍ୟାସ ଟ୍ୟାଙ୍କର ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ପ୍ରସନ୍ନ, ପିଏସ୍‌ଓ ଏବଂ ତାଙ୍କ ଡ୍ରାଇଭର ଆହତ ହୋଇଛନ୍ତି। ସମସ୍ତଙ୍କୁ ସମ୍ବଲପୁରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରସନ୍ନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜଣାପଡ଼ିଛି।
ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ତାଙ୍କର ଆଶୁଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ରାଜ୍ୟ ସଭା ସାଂସଦ ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁରର ରେଢ଼ାଖୋଲରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜାଣି ମୁଁ ବହୁତ ଚିନ୍ତିତ। ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ସୁସ୍ଥ ଓ ଦୀର୍ଘାୟୁ ଜୀବନ କାମନା କରୁଛି।

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri