ସମ୍ବଲପୁରରୁ ଲଢିବେନି ପ୍ରସନ୍ନ ଆଚାର୍ଯ୍ୟ !

ଭୁବନେଶ୍ୱର,୧୬।୪: ସମ୍ବଲପୁରରେ ଟିକେଟକୁ ନେଇ ଅମଙ୍ଗ ଅଛନ୍ତି କି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ! କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଛି । ସମ୍ବଲପୁର ବଦଳରେ ରେଢାଖୋଲରୁ ସେ ଲଢିବାକୁ ଇଚ୍ଛୁକ ଥିବା ଚର୍ଚ୍ଚା ହେଉଛି ।

ଯଦିଓ ଏନେଇ କୌଣସି ବିଧିବଦ୍ଧ ବୟାନ ସାମ୍ନାକୁ ଆସିନାହିଁ ତଥାପି ଏନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଧରିଛି । କୁହାଯାଉଛି, ସମ୍ବଲପୁର ବିଧାନସଭା ଆସନରୁ ନିର୍ବାଚନ ଲଢିବା ପାଇଁ ମଙ୍ଗୁ ନାହାଁନ୍ତି ପ୍ରସନ୍ନ । ରେଢାଖୋଲ ଆସନରେ ତାଙ୍କର ସଂଗଠନ ଥିବାରୁ ସମ୍ବଲପୁର ବଦଳରେ ରେଢାଖୋଲ ବିଧାନସଭା ଆସନରୁ ଲଢିବାକୁ ଇଚ୍ଛୁକ ଥିବା ଚର୍ଚ୍ଚା ହେଉଛି ।

ଅନୁମାନ କରାଯାଉଛି କି, ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ ପ୍ରସନ୍ନ । ଏବେ ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି, ତେଣୁ ସ୍ବାସ୍ଥ୍ୟଗତ କାରଣରୁ ନିର୍ବାଚନ ଲଢିବାକୁ ଅମଙ୍ଗ ଥିବା କୁହାଯାଉଛି । ଆଉ ୨ୟ କାରଣଟି ରେଢାଖୋଲରୁ ନିର୍ବାଚନ ଲଢିବାକୁ ଇଚ୍ଛା ଥିବାରୁ ସମ୍ବଲପୁର ଆସନରୁ ନିର୍ବାଚନ ଲଢିବାକୁ ଚାହୁଁ ନ ଥିବା କୁହାଯାଉଛି । ସେଥିପାଇଁ ତ ଟିକେଟ୍‌ ଘୋଷଣା ପରେ ବି ସେ ମଇଦାନରେ ପ୍ରଚାର ଆରମ୍ଭ କରି ନାହାନ୍ତି। ଏନେଇ ପ୍ରସନ୍ନ ଆଚାର୍ଯ୍ୟଙ୍କ ପକ୍ଷରୁ କିମ୍ବା ଦଳୀୟ ପକ୍ଷରୁ କୌଣସି ପ୍ରତିକ୍ର୍ରିୟା କେହି ରଖି ନାହାଁନ୍ତି । କିନ୍ତୁ ପ୍ରସନ୍ନ ଆଚାର୍ଯ୍ୟ ଏବଂ ସମ୍ବଲପୁର ବିଧାନସଭା ଆସନକୁ ନେଇ ହେଉଥିବା ଚର୍ଚ୍ଚା କେଉଁ ରୂପରେ ସାମ୍ନାକୁ ଆସୁଛି ତାହା ଦେଖିବାକୁ ବାକି ରହିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri