ସମ୍ବଲପୁରରୁ ଲଢିବେନି ପ୍ରସନ୍ନ ଆଚାର୍ଯ୍ୟ !

ଭୁବନେଶ୍ୱର,୧୬।୪: ସମ୍ବଲପୁରରେ ଟିକେଟକୁ ନେଇ ଅମଙ୍ଗ ଅଛନ୍ତି କି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ! କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଛି । ସମ୍ବଲପୁର ବଦଳରେ ରେଢାଖୋଲରୁ ସେ ଲଢିବାକୁ ଇଚ୍ଛୁକ ଥିବା ଚର୍ଚ୍ଚା ହେଉଛି ।

ଯଦିଓ ଏନେଇ କୌଣସି ବିଧିବଦ୍ଧ ବୟାନ ସାମ୍ନାକୁ ଆସିନାହିଁ ତଥାପି ଏନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଧରିଛି । କୁହାଯାଉଛି, ସମ୍ବଲପୁର ବିଧାନସଭା ଆସନରୁ ନିର୍ବାଚନ ଲଢିବା ପାଇଁ ମଙ୍ଗୁ ନାହାଁନ୍ତି ପ୍ରସନ୍ନ । ରେଢାଖୋଲ ଆସନରେ ତାଙ୍କର ସଂଗଠନ ଥିବାରୁ ସମ୍ବଲପୁର ବଦଳରେ ରେଢାଖୋଲ ବିଧାନସଭା ଆସନରୁ ଲଢିବାକୁ ଇଚ୍ଛୁକ ଥିବା ଚର୍ଚ୍ଚା ହେଉଛି ।

ଅନୁମାନ କରାଯାଉଛି କି, ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ ପ୍ରସନ୍ନ । ଏବେ ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି, ତେଣୁ ସ୍ବାସ୍ଥ୍ୟଗତ କାରଣରୁ ନିର୍ବାଚନ ଲଢିବାକୁ ଅମଙ୍ଗ ଥିବା କୁହାଯାଉଛି । ଆଉ ୨ୟ କାରଣଟି ରେଢାଖୋଲରୁ ନିର୍ବାଚନ ଲଢିବାକୁ ଇଚ୍ଛା ଥିବାରୁ ସମ୍ବଲପୁର ଆସନରୁ ନିର୍ବାଚନ ଲଢିବାକୁ ଚାହୁଁ ନ ଥିବା କୁହାଯାଉଛି । ସେଥିପାଇଁ ତ ଟିକେଟ୍‌ ଘୋଷଣା ପରେ ବି ସେ ମଇଦାନରେ ପ୍ରଚାର ଆରମ୍ଭ କରି ନାହାନ୍ତି। ଏନେଇ ପ୍ରସନ୍ନ ଆଚାର୍ଯ୍ୟଙ୍କ ପକ୍ଷରୁ କିମ୍ବା ଦଳୀୟ ପକ୍ଷରୁ କୌଣସି ପ୍ରତିକ୍ର୍ରିୟା କେହି ରଖି ନାହାଁନ୍ତି । କିନ୍ତୁ ପ୍ରସନ୍ନ ଆଚାର୍ଯ୍ୟ ଏବଂ ସମ୍ବଲପୁର ବିଧାନସଭା ଆସନକୁ ନେଇ ହେଉଥିବା ଚର୍ଚ୍ଚା କେଉଁ ରୂପରେ ସାମ୍ନାକୁ ଆସୁଛି ତାହା ଦେଖିବାକୁ ବାକି ରହିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri