Posted inରାଜ୍ୟ

ମହାନଦୀ ପ୍ରସଙ୍ଗରେ ପ୍ରସନ୍ନ ଆଚାର୍ଯ୍ୟଙ୍କ 5 ପ୍ରଶ୍ନ, କହିଲେ ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି

ଭୁବନେଶ୍ବର,୧୩।୧୨: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଆଜି ପ୍ରଶ୍ନ ଉଠାଇଛନ୍ତି । ମହାନଦୀ ସଂକଟର ସମାଧାନ କେବେ ହେବ ବୋଲି ସେ ପ୍ରଶ୍ନ ଉଠାଇଛନ୍ତି ।  ପ୍ରସନ୍ନ ଆଚାର୍ଯ୍ୟ ପ୍ରଶ୍ନ କରିଛନ୍ତି ଯେ, ମଦାନଦୀ ପ୍ରସଙ୍ଗରେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ, ଆପୋସ ସମାଧାନ ପାଇଁ ସର୍ତ୍ତାବଳୀ କଣ ରହିବ କୁହନ୍ତୁ ।ସରକାର ମହାନଦୀ ଟ୍ରିବ୍ୟୁନାଲରୁ ଓହରି ଯିବେନି ତ ବୋଲି ପ୍ରଶ୍ନ କରିଛନ୍ତି । ଆପୋଷ ସମାଧାନ ପୂର୍ବରୁ ରାଜନୈତିକ ଦଳ ଏବଂ ମହାନଦୀ ବଞ୍ଚାଅ ଆନ୍ଦୋଳନର ସଂଗଠନ ମାନଙ୍କୁ ବିଶ୍ୱାସକୁ ନେଇ ତାଙ୍କ ସହ ଆଲୋଚନା କରିବେ କି । ମହାନଦୀ ଟ୍ରିବ୍ୟୁନାଲର ଦୈନଦିନ କାର୍ଯ୍ୟ ବସ୍ତୁତ ବନ୍ଦ ରହିଥିବାରୁ ଏହାକୁ ତ୍ବରାନ୍ବିତ କରିବା ପାଇଁ ଟ୍ରିବ୍ୟୁନାଲ ନିକଟରେ ଆବେଦନ କରିବେ କି । ଛତିଶଗଡ଼ ସରକାର ଏବେ ସୁଦ୍ଧା ଚାଲୁ ରଖୁଥିବାମହାନଦୀ ଓ ତାର ଶାଖା ନଦୀ ମାନଙ୍କରେ ନିର୍ମାଣଧିନ ଆନିକଟ୍ କାର୍ଯ୍ୟକୁ ଆପୋଷ ଆଲୋଚନା ପରିପ୍ରେକ୍ଷୀରେ ବନ୍ଦ ରଖିବେ କି ।

ସେ କହିଛନ୍ତି ଯେ, କିଛି ବର୍ଷ ହେଲା ମହାନଦୀକୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ଚାଲିଛି । ଦୁଃଖର ସହିତ କହିବାକୁ ପଡ଼ୁଛି, ଷଡ଼ଯନ୍ତ୍ରର ମୁକସାକ୍ଷୀ ଭାରତ ସରକାର । ମହାନଦୀର ହତ୍ୟା ହେବ ମାନେ ଓଡ଼ିଶାର ହତ୍ୟା ହେବ । ଓଡ଼ିଶା ସରକାରଙ୍କ ବିନା ସହମତିରେ ଆନିକଟ ତିଆରି କରୁଛି ଛତିଶଗଡ଼ । ତଦାନ୍ତିତ ରାଜ୍ୟ ସରକାରଙ୍କ ସକଳ ଅନୁରୋଧ ଓ ଆବେଦନ ଛତିଶଗଡ ସରକାର ତ ଶୁଣିଲେ ନାହିଁ, କେନ୍ଦ୍ର ସରକାର ଓ କେନ୍ଦ୍ରୀୟ ଜଳ ଆୟୋଗ ମଧ୍ୟ ନୀରବଦ୍ରଷ୍ଟା ସାଜିଲେ । ପୂର୍ବରୁ କେନ୍ଦ୍ରୀୟ ଜଳ ଆୟୋଗର ହସ୍ତକ୍ଷେପ ଲୋଡ଼ିଥିଲା ବିଜେଡି । ଏବେ କେନ୍ଦ୍ରରେ, ରାଜ୍ୟରେ ଓ ଛତିଶଗଡ଼ରେ ଭାଜପା ସରକାର ଅଛି । ହେଲେ ଓଡ଼ିଶା ସରକାର କୌଣସି ପଦକ୍ଷେପ ନେଉନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri