Posted inରାଜ୍ୟ

ମହାନଦୀ ପ୍ରସଙ୍ଗରେ ପ୍ରସନ୍ନ ଆଚାର୍ଯ୍ୟଙ୍କ 5 ପ୍ରଶ୍ନ, କହିଲେ ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି

ଭୁବନେଶ୍ବର,୧୩।୧୨: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଆଜି ପ୍ରଶ୍ନ ଉଠାଇଛନ୍ତି । ମହାନଦୀ ସଂକଟର ସମାଧାନ କେବେ ହେବ ବୋଲି ସେ ପ୍ରଶ୍ନ ଉଠାଇଛନ୍ତି ।  ପ୍ରସନ୍ନ ଆଚାର୍ଯ୍ୟ ପ୍ରଶ୍ନ କରିଛନ୍ତି ଯେ, ମଦାନଦୀ ପ୍ରସଙ୍ଗରେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ, ଆପୋସ ସମାଧାନ ପାଇଁ ସର୍ତ୍ତାବଳୀ କଣ ରହିବ କୁହନ୍ତୁ ।ସରକାର ମହାନଦୀ ଟ୍ରିବ୍ୟୁନାଲରୁ ଓହରି ଯିବେନି ତ ବୋଲି ପ୍ରଶ୍ନ କରିଛନ୍ତି । ଆପୋଷ ସମାଧାନ ପୂର୍ବରୁ ରାଜନୈତିକ ଦଳ ଏବଂ ମହାନଦୀ ବଞ୍ଚାଅ ଆନ୍ଦୋଳନର ସଂଗଠନ ମାନଙ୍କୁ ବିଶ୍ୱାସକୁ ନେଇ ତାଙ୍କ ସହ ଆଲୋଚନା କରିବେ କି । ମହାନଦୀ ଟ୍ରିବ୍ୟୁନାଲର ଦୈନଦିନ କାର୍ଯ୍ୟ ବସ୍ତୁତ ବନ୍ଦ ରହିଥିବାରୁ ଏହାକୁ ତ୍ବରାନ୍ବିତ କରିବା ପାଇଁ ଟ୍ରିବ୍ୟୁନାଲ ନିକଟରେ ଆବେଦନ କରିବେ କି । ଛତିଶଗଡ଼ ସରକାର ଏବେ ସୁଦ୍ଧା ଚାଲୁ ରଖୁଥିବାମହାନଦୀ ଓ ତାର ଶାଖା ନଦୀ ମାନଙ୍କରେ ନିର୍ମାଣଧିନ ଆନିକଟ୍ କାର୍ଯ୍ୟକୁ ଆପୋଷ ଆଲୋଚନା ପରିପ୍ରେକ୍ଷୀରେ ବନ୍ଦ ରଖିବେ କି ।

ସେ କହିଛନ୍ତି ଯେ, କିଛି ବର୍ଷ ହେଲା ମହାନଦୀକୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ଚାଲିଛି । ଦୁଃଖର ସହିତ କହିବାକୁ ପଡ଼ୁଛି, ଷଡ଼ଯନ୍ତ୍ରର ମୁକସାକ୍ଷୀ ଭାରତ ସରକାର । ମହାନଦୀର ହତ୍ୟା ହେବ ମାନେ ଓଡ଼ିଶାର ହତ୍ୟା ହେବ । ଓଡ଼ିଶା ସରକାରଙ୍କ ବିନା ସହମତିରେ ଆନିକଟ ତିଆରି କରୁଛି ଛତିଶଗଡ଼ । ତଦାନ୍ତିତ ରାଜ୍ୟ ସରକାରଙ୍କ ସକଳ ଅନୁରୋଧ ଓ ଆବେଦନ ଛତିଶଗଡ ସରକାର ତ ଶୁଣିଲେ ନାହିଁ, କେନ୍ଦ୍ର ସରକାର ଓ କେନ୍ଦ୍ରୀୟ ଜଳ ଆୟୋଗ ମଧ୍ୟ ନୀରବଦ୍ରଷ୍ଟା ସାଜିଲେ । ପୂର୍ବରୁ କେନ୍ଦ୍ରୀୟ ଜଳ ଆୟୋଗର ହସ୍ତକ୍ଷେପ ଲୋଡ଼ିଥିଲା ବିଜେଡି । ଏବେ କେନ୍ଦ୍ରରେ, ରାଜ୍ୟରେ ଓ ଛତିଶଗଡ଼ରେ ଭାଜପା ସରକାର ଅଛି । ହେଲେ ଓଡ଼ିଶା ସରକାର କୌଣସି ପଦକ୍ଷେପ ନେଉନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?