ମନମୋହନଙ୍କୁ କଡ଼ା ଟାର୍ଗେଟ୍‌ କଲେ ପ୍ରସନ୍ନ ଆଚାର୍ଯ୍ୟ, କହିଲେ ଚିଟ୍‌ଫଣ୍ଡ୍‌ କଥା ବିଚାର କରୁକରୁ ସରକାରଙ୍କ…

ଭୁବନେଶ୍ୱର,୨୫ା୧୨: ଚିଟ୍‌ଫଣ୍ଡ୍‌ ଟଙ୍କା ଫେରସ୍ତ ନେଇ ଦେଇଥିବା ମନ୍ତବ୍ୟ ଉପରେ ମନମୋହନଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ପୂର୍ବ ସରକାର ଦାୟିତ୍ୱ କହି କେତେଦିନ ଫାଙ୍କା ମାରି ଚାଲିବ ବୋଲି ପ୍ରସନ୍ନ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ଯଦି ସରକାର ବହୁତ କଥା ଚିନ୍ତା କରୁଛନ୍ତି ତେବେ ଆଜିପର୍ଯ୍ୟନ୍ତ ଆକ୍ସନ କାହିଁକି ନେଉନାହାନ୍ତି। ଚିଟ୍‌ ଫଣ୍ଡ୍‌ କଥା ବିଚାର କରୁକରୁ ସରକାରଙ୍କ କାର୍ଯ୍ୟକାଳ ସରିଯାଇଥିବ। ସରକାର ଆଇନର ପ୍ରୟୋଗ କରନ୍ତୁ। କେବଳ ଭାଷଣ ଦେଲେ ଡ୍ୟୁଟି ସରେନି। କାମରେ କରି ଦେଖାଇବାକୁ ହୁଏ ବୋଲି ପ୍ରସନ୍ନ କହିଛନ୍ତି।

ସୂଚନାଯୋଗ୍ୟ, ଚିଟ୍‌ଫଣ୍ଡ୍‌ ଟଙ୍କା ଫେରସ୍ତ ନେଇ ମନମୋହନ କହିଥିଲେ ଖୁବ୍‌ଶୀଘ୍ର ଚିଟ୍‌ଫଣ୍ଡ୍‌ ଟଙ୍କା ଫେରସ୍ତ ଦିଆଯିବ। ଶୀଘ୍ର ନିଷ୍ପତ୍ତି ନିଆଯାଇ କାର୍ଯ୍ୟକ୍ରମ ଆରମ୍ଭ କରି ଶେଷ କରାଯିବ। ରିପୋର୍ଟ ସାର୍ବଜନୀନ ବାବଦରେ ସରକାର ଅନୁଧ୍ୟାନ କରୁଛନ୍ତ। ରିପୋର୍ଟ କିପରି ଉପସ୍ଥାପନ ହେବ ସରକାର ଚିନ୍ତା କରୁଛନ୍ତି। ଟଙ୍କା ଫେରାଇବା ପୂର୍ବ ସରକାରଙ୍କ ଦାୟିତ୍ୱ ଥିଲା କଲେ ନାହିଁ। ଆମ ସରକାର ଖୁବ୍‌ଶୀଘ୍ର ଏହି ପ୍ରକ୍ରିୟା ଆରମ୍ଭ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?