ଦେବାଶିଷଙ୍କ ବୟାନ ଉପରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରତିକ୍ରିୟା, କହିଲେ ବୁଝି ବିଚାରି…

ଭୁବନେଶ୍ୱର,୨୫ା୧୧: ବିଜେଡି ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କ ଦଳ ବିରୋଧୀ ମନ୍ତବ୍ୟ ପରେ ପ୍ରସନ୍ନ ଆଚାର୍ଯ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସବୁ ପରିବାରରେ ଅସନ୍ତୋଷ ଥାଏ, ବୁଝି ବିଚାରି କାମ କଲେ ଭଲ। ଦଳରେ ଅନେକ ପ୍ରସଙ୍ଗକୁ ନେଇ ଭିନ୍ନ ଭିନ୍ନ ମତ ଥାଏ। ସେଥିରୁ ଗୋଟିଏ ମତକୁ ନେଇ ଦଳ ଆଗକୁ ଯାଏ ବୋଲି ପ୍ରସନ୍ନ କହିଛନ୍ତି।

ଦେବାଶିଷ ମଙ୍ଗଳବାର ବିଜେଡିର ସିନିୟର ସିଟିଜେନ ସେଲ୍‌ ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ଦେବାଶିଷ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି। ପୂର୍ବରୁ ଦଳ ଉପରେ ଅସନ୍ତୋଷ ଥିଲେ। ତେବେ ଗୁରୁତ୍ୱ ଦେଉ ନ ଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଦେବାଶିଷ ଉଲ୍ଲେଖ କରିଛନ୍ତି। ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁ ନ ଥିବା ଚିଠିରେ ଦର୍ଶାଇଛନ୍ତି ଦେବାଶିଷ। ଦେବାଶିଷ କହିଛନ୍ତି, ବିଜୁ ଜନତା ଦଳ ଏବେ ବ୍ୟୁରୋକ୍ରାଟିକ୍‌ ଦଳ ହୋଇଯାଇଛି। ବିଜୁ ବାବୁଙ୍କ ଆଦର୍ଶରେ ଆଉ ବିଜେଡି ପରିଚାଳିତ ହେଉନାହିଁ। ଏବେ ଚର୍ଚ୍ଚା ହେଉଛି କି ଦେବାଶିଷ ସାମନ୍ତରାୟ ଖୁବ୍‌ଶୀଘ୍ର ବିଜେଡି ଛାଡ଼ି ଭାଜପାରେ ଯୋଗ ଦେବେ।

ସୂଚନାଯୋଗ୍ୟ, କିଛି ଦିନ ତଳେ ଯେତେବେଳେ ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ଦଳରୁ ବିଦା କରିଥିଲା ସେତେବେଳେ ଏହାକୁ କଡ଼ା ଭାଷାରେ ନିନ୍ଦା କରିଥିଲେ ଦେବାଶିଷ ସାମନ୍ତରାୟ। ଶ୍ରୀମୟୀ ମିଶ୍ରଙ୍କ ସପକ୍ଷରେ ବାହାରି ଦେବାଶିଷ କହିଥିଲେ, ଶ୍ରୀମୟୀ ଯେତେବେଳେ ଯାହା କହିଛନ୍ତି ଠିକ୍‌ କହିଛନ୍ତି। ଟିକେଟ ଦେବାକୁ କହି ଶ୍ରୀମୟୀଙ୍କୁ ଟିକେଟ ଦେଇନି ଦଳ। ଶ୍ରୀମୟୀ ଯେଉଁ ସବୁ କଥା କହିଛନ୍ତି ସେଥିରେ ସତ୍ୟତା ଅଛି ବୋଲି ଦେବାଶିଷ କହିଥିଲେ।

କେବଳ ଏତିକି ନୁହେଁ ଦେବାଶିଷ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳରୁ ସସ୍‌ପେଣ୍ଡ କରିବା କଥା ନେଇ ମଧ୍ୟ ମୁହଁ ମଧ୍ୟ ଖୋଲିଥିଲେ। ସେ କହିଥିଲେ, ପ୍ରଫୁଲ୍ଲ ମଲ୍ଲିକଙ୍କୁ ସସ୍‌ପେଣ୍ଡ କରିବା ଠିକ୍‌ନୁହେଁ। ସେ ଜଣେ ବରିଷ୍ଠ ନେତା, ବିଜେଡି ପାଇଁ ବହୁତ କାମ କରିଛନ୍ତି। ପ୍ରଫୁଲଙ୍କୁ ବିଜେଡିରୁ ସସ୍‌ପେଣ୍ଡ୍‌ କରିବା ଭୁଲ ନିଷ୍ପତ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri