ସମ୍ବଲପୁରକୁ ନେଇ ପ୍ରସନ୍ନ ଅସନ୍ତୁଷ୍ଟ, ପ୍ରାର୍ଥୀ ଅଦଳବଦଳ କରିବ ବିଜେଡି

ଭୁବନେଶ୍ୱର, ୧୭।୪: ବିଜେଡି ନିକଟରେ ରେଢ଼ାଖୋଲ ଓ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଏଥିରେ ବିଧାୟକ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ରୋହିତ ପୂଜାରୀ ପୁନର୍ବାର ରେଢ଼ାଖୋଲ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ସେହିପରି ସମ୍ବଲପୁର ବିଧାନସଭା ଆସନରେ ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଜେଡି ପ୍ରାର୍ଥୀ କରିଛି। ହେଲେ ସମ୍ବଲପୁରରୁ ପ୍ରାର୍ଥୀ ହେବା ନେଇ ପ୍ରସନ୍ନ ଆଚାର୍ଯ୍ୟ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଛି। ତେଣୁ ସମ୍ବଲପୁର ଓ ରେଢ଼ାଖୋଲ ବିଜେଡି ପ୍ରାର୍ଥୀ ଅଦଳବଦଳ ହେବା ସମ୍ଭାବନା ରହିଛି।

ସମ୍ବଲପୁର ବିଧାନସଭା ଆସନରେ ତିନି ପ୍ରମୁଖ ଆଶାୟୀଙ୍କ ମଧ୍ୟରେ ଥିଲେ ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ, ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ ଓ ରାଜ୍ୟ ସାଧାରଣ ସମ୍ପାଦକ ସିଦ୍ଧାର୍ଥ ଦାସ। ଏହାମଧ୍ୟରେ ବିଧାୟକ ରୋହିତ ପୂଜାରୀଙ୍କୁ ତାଙ୍କ ନିଜ ନର୍ବାଚନମଣ୍ଡଳୀ ରେଢ଼ାଖୋଲରୁ ପ୍ରାର୍ଥୀ ଘୋଷଣା କରାଯାଇଛି।

ରାଜ୍ୟରେ ବିଜୟ ଲକ୍ଷ୍ୟ ରଖିଛି ବିଜେଡି। ତେଣୁ କୌଣସି ପ୍ରକାର ବ୍ୟତିକ୍ରମ ଘଟି ବିଜେଡି ଭୋଟ୍‌ ଯେପରି ପ୍ରଭାବିତ କରା ନ ଯାଏ, ସେଥିପ୍ରତି ବିଜେଡି ରାଜ୍ୟ ନେତୃବର୍ଗ ସବୁ ପ୍ରକାର ରଣନୀତି ଆପଣାଇଛି। ଏହି ଦୃଷ୍ଟିରୁ ସମ୍ବଲପୁରରେ ଲାଗିରହିଥିବା ଗୋଷ୍ଠୀ ବିବାଦର ଅନ୍ତ ଘଟାଇବା ପାଇଁ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏଠାରୁ ପ୍ରାର୍ଥୀ କରିବାକୁ ଦଳ ନିଷ୍ପତ୍ତି ନେଇଥାଇପାରେ ବୋଲି ଚର୍ଚ୍ଚା ହେଉଛି। ପ୍ରସନ୍ନଙ୍କ ପାଇଁ ସମ୍ବଲପୁର ନୂଆ ହୋଇ ନ ଥିଲେ ମଧ୍ୟ ସେ ଏହା ପୂର୍ବରୁ କେବେହେଲେ ସମ୍ବଲପୁର ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିନାହାନ୍ତି। ବିଜେଡି ଟିକେଟ୍‌ରେ ସେ ସମ୍ବଲପୁର ଲୋକ ସଭା ଆସନରୁ ୩ଥର ଜିତିଛନ୍ତି। ୧୯୯୮ରୁ ୨୦୦୪ ପର୍ଯ୍ୟନ୍ତ ଲଗାତର ତିନିଥର ଏମ୍‌ପି ନିର୍ବାଚିତ ହେବା ସହ ୨୦୦୯ରେ ରେଢ଼ାଖୋଲ ଆସନରୁ ନିର୍ବାଚିତ ହୋଇ କ୍ୟାବିନେଟ ମନ୍ତ୍ରୀ ହୋଇଥିଲେ।

ପ୍ରସନ୍ନ ରେଢ଼ାଖୋଲ ବିଧାନସଭା ଆସନ ପାଇଁ ଆଶାୟୀ ଥିଲେ। ହେଲେ ସମ୍ବଲପୁର ବିଧାନସଭା ଆସନରୁ ତାଙ୍କୁ ପ୍ରାର୍ଥୀ କରାଯିବା ପରେ ସେ ଅସନ୍ତୋଷ ବ୍ୟକ୍ତ କରିଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri