ବିଜେଡି ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା):ଭୁବନେଶ୍ୱର ଲୋକ ସଭା ଆସନରୁ ୫ଥର ବିଜୟ ଲାଭ କରିଥିବା ବିଜେଡିର ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ ସୋମବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି। ସେ କହିଛନ୍ତି, ଯେଉଁ ବିଜେଡି ପାଇଁ ସେ ଦୀର୍ଘବର୍ଷ ଧରି କାମ କରି ଆସିଥିଲେ, ତାହା ଆଉ ପୂର୍ବ ପରି ନାହିଁ। ତାଙ୍କୁ ଦଳ ପକ୍ଷରୁ ଅବହେଳା କରାଯାଇଛି। ତେଣୁ ସେ ଦଳ ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି।
ସୋମବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ପଳାସପଲ୍ଲୀସ୍ଥିତ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରସନ୍ନ ପାଟ୍ଟଶାଣୀ, ବିଜେଡିର ବାବି ଚୌଧୁରୀ ଓ ମୁନା ପାତ୍ରଙ୍କ ଭଳି ବରିଷ୍ଠ ନେତାଙ୍କ ସହ ଭୁବନେଶ୍ୱର ଜୟଦେବ ନିର୍ବାଚନମଣ୍ଡଳୀର ବହୁ ବିଜେଡିି ନେତା ଓ କର୍ମୀ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ବିଧାୟକ ପ୍ରଶାନ୍ତ ଜଗଦେବ ଉପସ୍ଥିତ ଥିଲେ। ତେବେ ସମସ୍ତଙ୍କୁ ଭାଜପା ପରିବାର ପକ୍ଷରୁ ଶୁଭେଚ୍ଛା ଜଣାଇବା ସହିତ ଆଗାମୀ ଦିନରେ ସମସ୍ତେ ମିଶି ଅଞ୍ଚଳର ବିକାଶ ପାଇଁ କାମ କରିବେ ବୋଲି ଏମପି ଅପରାଜିତା ଷଡ଼ଙ୍ଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri