ପ୍ରସନ୍ନ ପ୍ରଧାନ ଭୁବନେଶ୍ୱର ବିମାନବନ୍ଦର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୭(ବ୍ୟୁରୋ):ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ନିର୍ଦ୍ଦେଶକ ହେଲେ ପ୍ରସନ୍ନ ପ୍ରଧାନ। ସେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଦିଲ୍ଲୀର କର୍ପୋରେଟ୍‌ ମୁଖ୍ୟାଳୟରେ ଜେନେରାଲ ମ୍ୟାନେଜର(ଆଡ଼ମିନ) ଭାବେ କାର୍ଯ୍ୟରତ ଥିଲେ। ଇଞ୍ଜିନିୟରିଂ ଗ୍ରାଜୁଏଟ ପ୍ରଧାନଙ୍କ ଏୟାର ଟ୍ରାଫିକ ମ୍ୟାନେଜମେଣ୍ଟ, ଆଭିଏଶନ ଇକୋନୋମିକ୍ସ ଭଳି ବିଭିନ୍ନ କ୍ଷେତ୍ରରେ ବହୁ ଅଭିଜ୍ଞତା ରହିଛି। ସେ ସମସ୍ତ ଭାରତୀୟ ବିମାନବନ୍ଦର ଓ ଏୟାର ସ୍ପେସରେ ବିମାନବନ୍ଦର ସୂଚନା ପରିଚାଳନା ବ୍ୟବସ୍ଥାର ବିକାଶରେ ସହଯୋଗ କରିଛନ୍ତି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦ୍ୱାରା ଗଠିତ ନରେଶ ଚନ୍ଦ୍ର କମିଟି, ଅଜୟ ପ୍ରସାଦ କମିଟି ଏବଂ ଅଶୋକ ଚାଓ୍ବଲା କମିଟି ପରି ବିଭିନ୍ନ କମିଟିରେ ସାମିଲ ହୋଇ ଭାରତରେ ବିମାନ ଚଳାଚଳ ରୋଡ୍‌ ମାନଚିତ୍ରର ବିସ୍ତାର କ୍ଷେତ୍ରରେ ସଫଳତାର ସହ ଦାୟିତ୍ୱ କରିଛନ୍ତି। ଏହା ବ୍ୟତୀତ ସେ ନୂଆଦିଲ୍ଲୀ, ଗୁଆହାଟୀ ଏବଂ ଖଜୁରାହୋ ବିମାନବନ୍ଦରରେ ମଧ୍ୟ କାର୍ଯ୍ୟ କରିଛନ୍ତି। ଏବେ ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ଭାବେ ତାଙ୍କୁ ଅବସ୍ଥାପିତ କରାଯାଇଥିବାବେଳେ ବିମାନବନ୍ଦରର ଯାତ୍ରୀ ସୁବିଧା, ଏୟାରସାଇଡର ଦକ୍ଷତା ବୃଦ୍ଧି ସହିତ ଅନ୍ୟାନ୍ୟ ସହଯୋଗୀ ଭିତ୍ତିଭୂମି ଏବଂ ସେବା ପରିଚାଳନା ଉପରେ ତାଙ୍କର ଫୋକସ୍‌ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri