ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରସନ୍ନ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର):ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ ସୁସ୍ଥ ହେବା ପରେ ମଙ୍ଗଳବାର ଡିସ୍‌ଚାର୍ଜ ହୋଇ ଘରକୁ ଫେରିଛନ୍ତି। ଏହା ପୂର୍ବରୁ ତାଙ୍କ ସମର୍ଥକମାନେ ଡାକ୍ତରଖାନାରେ ପହଞ୍ଚତ୍ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୪ରେ ଭୁବନେଶ୍ୱର ନବୀନ ନିବାସରେ ବିଜେଡିର ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ପ୍ରସନ୍ନ ନିଜ ଘର ବରଗଡ଼ ଅଭିମୁଖେ ଫେରୁଥିଲେ। ରାତି ପ୍ରାୟ ୧୨ଟା ସମୟରେ ଜାତୀୟ ରାଜପଥ-୫୫ରେ ରେଢ଼ାଖୋଲ ନିକଟ ଲୁହାପଙ୍କର ବେଲଡିହିଠାରେ ବିପରୀତ ଦିଗରୁ ଆସୁଥିବା ଏକ ଗ୍ୟାସ୍‌ ଟ୍ୟାଙ୍କର ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ପ୍ରସନ୍ନଙ୍କ ସହ ତାଙ୍କ ପିଏସ୍‌ଓ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ସମ୍ବଲପୁରର ଏକ ଘରୋଇ ନର୍ସିଂହୋମରେ ଭର୍ତ୍ତି କରାଯାଇଥିଲା। ପରେ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଦୀର୍ଘ ୧୭ ଦିନ ଚିକିତ୍ସାଧୀନ ରହିବା ପରେ ଡିସ୍‌ଚାର୍ଜ ହୋଇଛନ୍ତି। ପ୍ରକାଶଥାଉ କି ଆସନ୍ତା ସାଧାରଣ ନିର୍ବାଚନରେ ରେଢ଼ାଖୋଲ ଆସନରୁ ପ୍ରାର୍ଥୀ ହେବା ନେଇ ଆଶାୟୀ ଥିବା ପ୍ରସନ୍ନ ଦୀର୍ଘଦିନ ପୂର୍ବରୁ ପ୍ରସ୍ତୁତି ଚଳାଇ ଆସିଥିଲେ। ମାତ୍ର ଦୁର୍ଘଟଣା ଯୋଗୁ କିଛିଦିନ ପାଇଁ ଏହା ବନ୍ଦ ରହିଥିଲା। ସେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଥିବା ଖବର ପାଇ ସମ୍ବଲପୁର ଓ ରେଢ଼ାଖୋଲ ଅଞ୍ଚଳରେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ସେମାନେ ପରସ୍ପର ମଧ୍ୟରେ ମିଷ୍ଟାନ୍ନ ବଣ୍ଟନ କରି ତାଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ! ମମତାଙ୍କୁ ବଡ଼ ଝଟ୍‌କା, ପୁତୁରା ଅଭିଷେକଙ୍କ ପାଇଁ ଦଳ ଛାଡ଼ିବେ କି କଲ୍ୟାଣ?

କୋଲକାତା,୧୧।୬: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି)କୁ ଝଟକା ପରେ ଝଟକା ଲାଗୁଛି । ମମତାଙ୍କ ନିକଟତମ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ କୁହାଯାଉଥିବା କଲ୍ୟାଣ ବାନାର୍ଜୀ ଏବେ…

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…

ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri