ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରସନ୍ନ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର):ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ ସୁସ୍ଥ ହେବା ପରେ ମଙ୍ଗଳବାର ଡିସ୍‌ଚାର୍ଜ ହୋଇ ଘରକୁ ଫେରିଛନ୍ତି। ଏହା ପୂର୍ବରୁ ତାଙ୍କ ସମର୍ଥକମାନେ ଡାକ୍ତରଖାନାରେ ପହଞ୍ଚତ୍ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୪ରେ ଭୁବନେଶ୍ୱର ନବୀନ ନିବାସରେ ବିଜେଡିର ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ପ୍ରସନ୍ନ ନିଜ ଘର ବରଗଡ଼ ଅଭିମୁଖେ ଫେରୁଥିଲେ। ରାତି ପ୍ରାୟ ୧୨ଟା ସମୟରେ ଜାତୀୟ ରାଜପଥ-୫୫ରେ ରେଢ଼ାଖୋଲ ନିକଟ ଲୁହାପଙ୍କର ବେଲଡିହିଠାରେ ବିପରୀତ ଦିଗରୁ ଆସୁଥିବା ଏକ ଗ୍ୟାସ୍‌ ଟ୍ୟାଙ୍କର ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ପ୍ରସନ୍ନଙ୍କ ସହ ତାଙ୍କ ପିଏସ୍‌ଓ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ସମ୍ବଲପୁରର ଏକ ଘରୋଇ ନର୍ସିଂହୋମରେ ଭର୍ତ୍ତି କରାଯାଇଥିଲା। ପରେ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଦୀର୍ଘ ୧୭ ଦିନ ଚିକିତ୍ସାଧୀନ ରହିବା ପରେ ଡିସ୍‌ଚାର୍ଜ ହୋଇଛନ୍ତି। ପ୍ରକାଶଥାଉ କି ଆସନ୍ତା ସାଧାରଣ ନିର୍ବାଚନରେ ରେଢ଼ାଖୋଲ ଆସନରୁ ପ୍ରାର୍ଥୀ ହେବା ନେଇ ଆଶାୟୀ ଥିବା ପ୍ରସନ୍ନ ଦୀର୍ଘଦିନ ପୂର୍ବରୁ ପ୍ରସ୍ତୁତି ଚଳାଇ ଆସିଥିଲେ। ମାତ୍ର ଦୁର୍ଘଟଣା ଯୋଗୁ କିଛିଦିନ ପାଇଁ ଏହା ବନ୍ଦ ରହିଥିଲା। ସେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଥିବା ଖବର ପାଇ ସମ୍ବଲପୁର ଓ ରେଢ଼ାଖୋଲ ଅଞ୍ଚଳରେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ସେମାନେ ପରସ୍ପର ମଧ୍ୟରେ ମିଷ୍ଟାନ୍ନ ବଣ୍ଟନ କରି ତାଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri