ପ୍ରସନ୍ନଙ୍କୁ ରଘୁ ସମର୍ଥକଙ୍କ ବିରୋଧ

ଖୋର୍ଦ୍ଧା,୨୩ା୩ (ପ୍ରଭାତ ପାଣିଗ୍ରାହୀ): ଆଗାମୀ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲା ଚିଲିକା ନିର୍ବାଚନମଣ୍ଡଳୀରେ ଶାସକ ଦଳରେ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ ସ୍ତରରେ ସମର୍ଥକଙ୍କ ସହ ଶକ୍ତି ପ୍ରଦର୍ଶନରେ ଲାଗିପଡ଼ିଛନ୍ତି। ଏପରିକି ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋସିଆଲ ମିଡିଆ ‘ଏକ୍ସ’ ଜରିଆରେ ଭାଜପା ଏକାକୀ ଲଢ଼ିବ ବୋଲି କହିବା ପରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଦଳ ପ୍ରସ୍ତୁତ ଥିବା କହିଛନ୍ତି। ବବିଙ୍କ ମତ ଜାଣିବା ପରେ ବିଜେଡି ଆଶାୟୀମାନେ ଉତ୍ସାହିତ ହୋଇପଡ଼ିଥିବା ଲକ୍ଷ୍ୟ କରାଯାଉଛି।
ନିକଟରେ ନବୀନ ନିବାସରେ ପୁରୀ ଲୋକ ସଭା ଆସନ ଅନ୍ତର୍ଗତ ସମସ୍ତ ବିଧାନସଭା କ୍ଷେତ୍ର ପାଇଁ ଦଳୀୟ ଆଶାୟୀ ପ୍ରାର୍ଥୀ ଯୋଗ ଦେଇଥିଲେ। ଏଥିରେ ଦଳରୁ ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟଶାଣୀ ଓ ବରିଷ୍ଠ ନେତା ଅରୂପ ପଟ୍ଟନାୟକ ଉପସ୍ଥିତ ଥିଲେ। ପ୍ରସନ୍ନ ଚିଲିକାରୁ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ିବା ସ୍ଥିର ହୋଇଥିବା ଚର୍ଚ୍ଚା ହେବା ପରେ ଦଳରେ ଏହାକୁ ନେଇ ଆଲୋଡ଼ନ ସୃଷ୍ଟି ହୋଇଥିଲା। ପ୍ରସନ୍ନଙ୍କ ଜନ୍ମସ୍ଥାନ ଚିଲିକା ଅଞ୍ଚଳ ହୋଇଥିବା ବେଳେ ତାଙ୍କ କର୍ମଭୂମି ଖୋର୍ଦ୍ଧା ଏବଂ ଭୁବନେଶ୍ୱର ରହିଛି। ସେ ଖୋର୍ଦ୍ଧାରୁ କ୍ରମାଗତ ୪ଥର ବିଧାୟକ ରହିଥିବା ବେଳେ ଏକାଧିକ ଥର ଭୁବନେଶ୍ୱର ଏମ୍‌ପି ରହିଥିଲେ। ଚିଲିକା ନିର୍ବାଚନମଣ୍ଡଳୀରେ ତାଙ୍କର କୌଣସି ଭୂମିକା ନ ଥିବା ବେଳେ ଏଠାରୁ ତାଙ୍କର ପ୍ରାର୍ଥତ୍ତ୍ୱକୁ ନେଇ ଦଳୀୟ ମହଲରେ ଅସନ୍ତୋଷ ଦେଖାଦେଇଛି। ୨୦୧୯ରେ ଏଠାରୁ ପ୍ରଶାନ୍ତ ଜଗଦ୍ଦେବ ବିଜୟୀ ହୋଇଥିବା ସତ୍ତ୍ୱେ ପରବର୍ତ୍ତୀ ସମୟରେ ତାଙ୍କ ବ୍ୟବହାର ଖରାପ ହେବାରୁ କେବଳ ଚିଲିକା ବିଧାନସଭା ନିର୍ବାଚନମଣ୍ଡଳୀ ନୁହେଁ, ସାରା ଓଡ଼ିଶାରେ ସେ ନିନ୍ଦିତ ହୋଇଥିଲେ। ଏଭଳି ସ୍ଥଳେ ଦଳ ତା’ର ଭୁଲ ସୁଧାରି ଚଳିତ ବର୍ଷ ଯୁବ ନେତୃତ୍ୱକୁ ସ୍ଥାନ ଦେଉ ବୋଲି ଦାବି ହେଲାଣି। ଦଳ ଚାହିଁଲେ ଏଠାରୁ ସେ ଲଢ଼ିବେ ବୋଲି ପ୍ରସନ୍ନ ଗଣମାଧ୍ୟମ ଆଗରେ କହିଛନ୍ତି। ହେଲେ ତାଙ୍କ ପ୍ରାର୍ଥତ୍ତ୍ୱ ପ୍ରତି ଦଳୀୟ ବିରୋଧ ବଢ଼ୁଥିବାରୁ ଚିଲିକା ନିର୍ବାଚନମଣ୍ଡଳୀରେ ବିଜେଡି କର୍ମୀଙ୍କ ମଧ୍ୟରେ ଭିନ୍ନ ବାତାବରଣ ସୃଷ୍ଟି ହୋଇଛି। ପୁଣି ଚିଲିକାରୁ ପ୍ରସନ୍ନଙ୍କ ନାଁ ଉଠିବା ପରେ ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କ ସମର୍ଥକମାନେ ଦଳୀୟ ନିଷ୍ପତ୍ତିକୁ ସହଜରେ ଗ୍ରହଣ କରିପାରିନାହାନ୍ତି। ଦୀର୍ଘ ବର୍ଷ ଧରି ସେ ନିଜର ସଙ୍ଗଠନ ବଢ଼ାଇ ଚାଲିଥିବା ବେଳେ ଦଳ ଟିକେଟ ନ ଦେଲେ ତାଙ୍କ ଆଗାମୀ ରଣନୀତି କ’ଣ ହେବ ତାହାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଚାଲିଛି। ତେବେ ସେ ଏବେବି ଶୀର୍ଷ ନେତୃତ୍ୱଙ୍କ ଉପରେ ଭରସା ରଖିଥିବା କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri