Posted inଜାତୀୟ

ପ୍ରଶାନ୍ତ ଭୂଷଣଙ୍କୁ ଟଙ୍କାଏ ଜରିମାନା: ଜମା ନ କଲେ ୩ ମାସ ଜେଲଦଣ୍ଡ

ନୂଆଦିଲ୍ଲୀ, ୩୧।୮: ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ମାମଲାର ବିଚାର କରି ସୁପ୍ରିମ୍‌କୋର୍ଟ ସୋମବାର ଟଙ୍କାଏ ଜରିମାନା ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୧୫ ସୁଦ୍ଧା ଏହାକୁ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜମା ନ କଲେ ୩ ମାସ ଜେଲଦଣ୍ଡ ଭୋଗୀବାକୁ ପଡ଼ିବ ବୋଲି ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଧାର୍ଯ୍ୟ ଜରିମାନା ଦାଖଲ ନ କଲେ ପ୍ରଶାନ୍ତଙ୍କର ପ୍ରାକ୍ଟିକ୍ସ୍‌ ଉପରେ ୩ ବର୍ଷ ପର୍ଯ୍ୟନ୍ତ କଟକଣା ରହିବ ବୋଲି କୋର୍ଟ କହିଛନ୍ତି। ନ୍ୟାୟପାଳିକା ଏବଂ ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଏସ୍‌.ଏ. ବୋବଡେଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ ତାଙ୍କ ବିରୋଧରେ ମାମଲା ଦାଖଲ କରାଯାଇଥିଲା। ପ୍ରଶାନ୍ତ ଟୁଇଟ୍‌ କରି ଏଭଳି ମନ୍ତବ୍ୟ ଦେଇଥିଲେ। ବିଚାରପତି ଅରୁଣ ମିଶ୍ରଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ମାମଲାର ବିଚାର ଅଗଷ୍ଟ ୨୫ରେ ରାୟ ସଂରକ୍ଷିତ ରଖିଥିଲେ। ବାକ୍‌ ସ୍ବାଧୀନତା ଗଣତାନ୍ତ୍ରିକ ରାଷ୍ଟ୍ରରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ଏହା ଉପରେ ପ୍ରତିବନ୍ଧକ ଲଗାଯାଇ ପାରିବ ନାହିଁ ବୋଲି କୋର୍ଟ କହିଛନ୍ତି। ପ୍ରଶାନ୍ତଙ୍କୁ କ୍ଷମାପ୍ରାର୍ଥନା କରିବାର ସୁଯୋଗ ଦିଆଯାଇଥିଲେ ମଧ୍ୟ ସେ ଏହାକୁ ଗ୍ରହଣ କରି ନ ଥିଲେ। ତେଣୁ ତାଙ୍କ ପ୍ରତି ଆଇନ ଅନୁସାରେ ଜରିମାନା ଦଣ୍ଡାଦେଶ କରାଯାଇଥିବା କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri