ତୃତୀୟ ମହଲା ନିର୍ଦ୍ଦେଶରେ ପ୍ରଶାନ୍ତଙ୍କୁ କରାଯାଇଛି ଗିରଫ: ଅପରାଜିତା

ଭୁବନେଶ୍ୱର,୨୮।୫:ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି, ବିଧାୟକଙ୍କ ବିରୋଧରେ ଅଭିଯୋଗ ନଥିବା ସତ୍ତ୍ୱେ ତାଙ୍କୁ ଗିରଫ କରାଯାଇଛି। ଜଣେ ବି କେହି ତାଙ୍କ ବିରୋଧରେ ଅଭିଯୋଗ କରି ନାହାନ୍ତି। ଘଟଣା ଦିନର ସିସିଟିଭି ଫୁଟେଜ ମୋର ହସ୍ତଗତ ହୋଇଛି। ଇଭିଏମ ଭାଙ୍ଗିବାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ଭୂମିକା ଥିବାର କୌଣସି ପ୍ରମାଣ ନାହିଁ। ଖୁବ୍‌ଶୀଘ୍ର ଘଟଣା ଦିନର ସିସିଟିଭି ସାର୍ବଜନୀନ କରିବି। ଘଟଣା ପରେ ବୁଥ ଯାଇଥିଲି, କିନ୍ତୁ ଜଗଦ୍ଦେବ ଇଭିଏମ ଭାଙ୍ଗିଥିବା କେହି ଅଭିଯୋଗ କଲେନି। ସିସିଟିଭି ଫୁଟେଜ ଯାଞ୍ଚ ନ କରି ଜଣେ ବିଧାୟକଙ୍କୁ ଗିରଫ କରାଯିବା କେଉଁ ପ୍ରକାର ଆଇନ ବ୍ୟବସ୍ଥା ବୋଲି ସେ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓ ତୃତୀୟ ମହଲା ଏଥିପାଇଁ ଦାୟୀ। ଭାଜନା ରାଜ୍ୟରେ ସଫଳତାର ସହ ଆଗକୁ ବଢୁଛି ଏବଂ ଆଗାମୀ ଦିନରେ ସରକାର ଗଢିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri