ପ୍ରଶାନ୍ତ ଜଗଦ୍ଦେବ ଘଟଣାରେ ଧରାପଡ଼ିଛି କେନ୍ଦ୍ରମନ୍ତ୍ରୀଙ୍କ ଦୋମୁହାଁ ନୀତି: ବିଜେଡି

ଭୁବନେଶ୍ୱର,୨୯ା୮(ଅନିଲଦାସ):ବିଜେଡି ସାଧାରଣ ଜୀବନରେ କୌଣସି ପ୍ରକାର ହିଂସା କିମ୍ବା ବାଧା ସୃଷ୍ଟି କରିବା ଉପରେ ବିଶ୍ୱାସ କରେ ନାହିଁ। ଆମ ସୂଚନା ଅନୁଯାୟୀ ସେଭଳି କୌଣସି ଅଘଟଣ ଘଟି ନ ଥିଲା ା ଯଦି ଏହା ଘଟିଥାନ୍ତା ତେବେ ବିଜେଡି ପ୍ରଥମେ ଏହାକୁ ନିନ୍ଦା କରିଥାନ୍ତା । ଭୁବନେଶ୍ୱର ଏମ୍‌ପି ଅପରାଜିତାଙ୍କ ଉପରେ ଆକ୍ରମଣକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଇଥିବା ମନ୍ତବ୍ୟ ଉପରେ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ସୋମବାର ଗଣମାଧ୍ୟମକୁ ଏହା କହିଛନ୍ତି। ଉଦାହରଣ ଦେଇ ସେ କହିଛନ୍ତି, ଚିଲିକାର ତତ୍କାଳୀନ ବିଜେଡି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଭାଜପାର ବାଲୁଗାଁ ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ୨୦୨୧ ସେପ୍ଟେମ୍ବର ୮ରେ ବାଲୁଗାଁଠାରେ ଆକ୍ରମଣ କରିଥିଲେ ା ଜଗଦ୍ଦେବଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ତୁରନ୍ତ ଦଳରୁ ନିଲମ୍ବିତ କରିଥିଲେ ା ପରେ ତାଙ୍କୁ ବିଜେଡି ସଭାପତି ଦଳରୁ ବହିଷ୍କାର କରିଥିଲେ । ମୁଖ୍ୟମନ୍ତ୍ରୀ ଗୁଣ୍ଡାଗର୍ଦ୍ଦି ଉପରେ ବିଶ୍ୱାସ କରନ୍ତି ନାହିଁ ା ତେବେ ସେହି ଜଗଦ୍ଦେବଙ୍କୁ ଫୁଲମାଳ ପିନ୍ଧାଯିବା ସହିତ ଧର୍ମେନ୍ଦ୍ରଙ୍କ ଆଶୀର୍ବାଦ ଏବଂ ନିୟମିତ ବୈଠକ ଯୋଗୁ ଭାଜପାରେ ଯୋଗ ଦେବାକୁ ପ୍ରସ୍ତୁତ ଅଛନ୍ତି ା ଆପଣ ଓଡ଼ିଶାର ଲୋକମାନଙ୍କ ପାଇଁ କେଉଁ ଉଦାହରଣ ସୃଷ୍ଟି କରୁଛନ୍ତି। ଓଡ଼ିଶାର ଲୋକଙ୍କୁ କି ବାର୍ତ୍ତା ଦେବାକୁ ଚାହାନ୍ତି। ଜଣେ ବ୍ୟକ୍ତି ଯିଏ ଗୁଣ୍ଡାଗିରି ଏବଂ ଗୁଣ୍ଡାଗର୍ଦ୍ଦି ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ, କେବଳ ରାଜନୈତିକ ଫାଇଦା ପାଇଁ ତାଙ୍କୁ ଗ୍ରହଣ କରୁଛି କି। ଏଥିରେ ଆପଣ ଓଡ଼ିଶାର ଲୋକଙ୍କୁ କିପରି ସାମ୍ନା କରିବେ। ଗଣତନ୍ତ୍ର ବିଷୟରେ ଆପଣଙ୍କର ସମସ୍ତ କଥା କେବଳ ଲୋକ ଦେଖାଣିଆ ବୋଲି ଓଡ଼ିଶାବାସୀ ଜାଣିଥିବା ସସ୍ମିତ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri