ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ମଧ୍ୟବର୍ତ୍ତୀକାଳୀନ ଜାମିନ

ଖୋର୍ଦ୍ଧା,୭ା୬(ପ୍ରଭାତ ପାଣିଗ୍ରାହୀ):ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅତିରିକ୍ତ ପ୍ରଥମ ଶ୍ରେଣୀ ଜିଲା ଦୌରାଜଜ ୩ ଦିନ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ନିକଟରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ସେ ଆବେଦନ କରିଥିଲେ। ପୁତୁରାଙ୍କ ଶୁଦ୍ଧିକ୍ରିୟାରେ ଜଗଦ୍ଦେବ ଯୋଗଦେବା ପାଇଁ ବରିଷ୍ଠ ଓକିଲ ପ୍ରଭାତ ଦାସ କୋର୍ଟରେ ଜାମିନ ଆବେଦନ କରିଥିଲେ। ସରକାରୀ ଓକିଲ ଏବଂ ଜଗଦ୍ଦେବଙ୍କ ଓକିଲଙ୍କ ପକ୍ଷ ଶୁଣିବା ପରେ କୋର୍ଟ ଏହି ରାୟ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ୨୫ ତାରିଖରେ ବୋଲଗଡ଼ ବ୍ଲକ କାଉଁରିପାଟଣା ୧୧୪ ନଂ. ବୁଥ୍ରେ ଇଭିଏମ ଭାଙ୍ଗିବା ଅଭିଯୋଗରେ ପ୍ରଶାନ୍ତଙ୍କୁ ପୋଲିସ ଗିରଫ କରି ଖୋର୍ଦ୍ଧା ଜେଲକୁ ପଠାଇଥିଲା। ୨୮ତାରିଖ ରାତିରେ ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତେଣୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବାକୁ ସେ କୋର୍ଟରେ ଆବେଦନ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ସ୍ବତନ୍ତ୍ର ଟିମ ଜେଲ ପରିସରରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ତାଙ୍କର ଅଧିକ ଚିକିତ୍ସା ପାଇଁ ୨୯ତାରିଖ ଭୋର ୪ଟାରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ କଡ଼ା ସୁରକ୍ଷା ବଳୟ ଭିତରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷା ପରେ ତାଙ୍କ ଶରୀରରେ ମଧୁମେହର ପରିମାଣ ଅଧିକ ରହିଥିବା ଜଣାପଡ଼ିଥିଲା। ସେହିଦିନଠାରୁ ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri