ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ମଧ୍ୟବର୍ତ୍ତୀକାଳୀନ ଜାମିନ

ଖୋର୍ଦ୍ଧା,୭ା୬(ପ୍ରଭାତ ପାଣିଗ୍ରାହୀ):ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅତିରିକ୍ତ ପ୍ରଥମ ଶ୍ରେଣୀ ଜିଲା ଦୌରାଜଜ ୩ ଦିନ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ନିକଟରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ସେ ଆବେଦନ କରିଥିଲେ। ପୁତୁରାଙ୍କ ଶୁଦ୍ଧିକ୍ରିୟାରେ ଜଗଦ୍ଦେବ ଯୋଗଦେବା ପାଇଁ ବରିଷ୍ଠ ଓକିଲ ପ୍ରଭାତ ଦାସ କୋର୍ଟରେ ଜାମିନ ଆବେଦନ କରିଥିଲେ। ସରକାରୀ ଓକିଲ ଏବଂ ଜଗଦ୍ଦେବଙ୍କ ଓକିଲଙ୍କ ପକ୍ଷ ଶୁଣିବା ପରେ କୋର୍ଟ ଏହି ରାୟ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ୨୫ ତାରିଖରେ ବୋଲଗଡ଼ ବ୍ଲକ କାଉଁରିପାଟଣା ୧୧୪ ନଂ. ବୁଥ୍ରେ ଇଭିଏମ ଭାଙ୍ଗିବା ଅଭିଯୋଗରେ ପ୍ରଶାନ୍ତଙ୍କୁ ପୋଲିସ ଗିରଫ କରି ଖୋର୍ଦ୍ଧା ଜେଲକୁ ପଠାଇଥିଲା। ୨୮ତାରିଖ ରାତିରେ ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତେଣୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବାକୁ ସେ କୋର୍ଟରେ ଆବେଦନ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ସ୍ବତନ୍ତ୍ର ଟିମ ଜେଲ ପରିସରରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ତାଙ୍କର ଅଧିକ ଚିକିତ୍ସା ପାଇଁ ୨୯ତାରିଖ ଭୋର ୪ଟାରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ କଡ଼ା ସୁରକ୍ଷା ବଳୟ ଭିତରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷା ପରେ ତାଙ୍କ ଶରୀରରେ ମଧୁମେହର ପରିମାଣ ଅଧିକ ରହିଥିବା ଜଣାପଡ଼ିଥିଲା। ସେହିଦିନଠାରୁ ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri