ଭାଜପାରେ ଯୋଗଦେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୨୯ା୨(ପ୍ରଭାତ ପାଣିଗ୍ରାହୀ): ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ କରିଛନ୍ତି। ଗୁରୁବାର ଅପରାହ୍ନରେ ଭୁବନେଶ୍ବର ଦଳୀୟ କାର୍ଯ୍ୟାଳୟରେ ସମର୍ଥକଙ୍କ ସହ ଆସି ଦଳରେ ଯୋଗଦାନ କରିଛନ୍ତି। ଏହି ସମୟରେ ଦଳୀୟ କାର୍ଯ୍ୟାଳୟରେ ଭାଜପା ସହ ପ୍ରଭାରୀ ଲତା ଉସେଣ୍ଡି, ଏମ୍‌ପି ଅପରାଜିତା ଷଢ଼ଙ୍ଗୀ, ପୃଥ୍ବୀରାଜ ହରିଚନ୍ଦନ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ଜିଲାର ଜଣେ ଟାଣୁଆ ନେତା ଭାବେ ପରିଚିତ ପ୍ରଶାନ୍ତ। ଜିଲାରେ ତାଙ୍କ ଭଲ ସଙ୍ଗଠନ ରହିଛି। ସେଥିପାଇଁ ସେ ଭାଜପାରେ ମିଶିଲେ ଏହି ଜିଲାରେ ଦଳର ସଂଗଠନ ବେଶ ମଜଭୁତ ହେବ ବୋଲି ଭାଜପା ଆଶା କରିଛି।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ବଡ଼ପୋଖରୀଆରେ ଜନ୍ମିତ ପ୍ରଶାନ୍ତ ଛାତ୍ରନେତାରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ଜିଲା ପରିଷଦ ଚେୟାରମ୍ୟାନ, ଜିଲା ଯୋଜନା କମିଟି ଅଧ୍ୟକ୍ଷ, ୨୦୧୪ରେ ବେଗୁନିଆ ଆସନରୁ ବିଜେଡିରୁ ବିପୁଳ ଭୋଟ୍‌ରେ ବିଜୟ ହୋଇ ବିଧାୟକ ହୋଇଥିଲେ। ୨୦୧୯ରୁ ଚିଲିକା ବିଧାୟକ ଅଛନ୍ତି। ବିଭିନ୍ନ ସମୟରେ ଆଚାର ବ୍ୟବହାର ପାଇଁ ଚର୍ଚ୍ଚାରେ ରହି ଆସିଛନ୍ତି ପ୍ରଶାନ୍ତ। ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ସମୟରେ ପଲଟନ ପଡ଼ିଆରେ ଲୋକ ଉପରକୁ ଗାଡ଼ି ମଡ଼ାଇଦେବା ଘଟଣାରେ ଗିରଫ ହୋଇ ଜେଲ୍‌ ଯାଇଥିଲେ। ସୁପ୍ରିମକୋର୍ଟରୁ ଅନ୍ତରୀଣ ଜାମିନରେ ଅଛନ୍ତି। ଦଳ ତାଙ୍କୁ ନିଲମ୍ବନ କରିଥିଲା। ଦଳକୁ ଫେରିବା ପାଇଁ ସେ ଆଶା ବାନ୍ଧିଥିଲେ। ଦଳକୁ ଫେରିବା ବାଟ ବନ୍ଦ ହେବା ପରେ ସେ ଭାଜପାରେ ଯୋଗଦାନ ପାଇଁ ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା ପରେ ଭାଜପାରେ ଯୋଗଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri