ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲାରେ ନୂଆ ମୋଡ, ଡ୍ରାଇଭର କଲେ ଆଶ୍ଚର୍ଯ୍ୟଜନକ ଖୁଲାସା

ଭୁବନେଶ୍ୱର,୨୭।୫: ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା ନୂଆ ମୋଡ ନେଇଛି। ପ୍ରଶାନ୍ତ ଜଗଦ୍ଦେବଙ୍କୁ ନେଇ ଯାଉଥିବା ଗାଡି ଡ୍ରାଇଭର ବନମାଳି ବେହେରା ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍‌ ଭାଙ୍ଗିଥିବା ନେଇ ତାଙ୍କୁ କହିବାକୁ ବାଧ୍ୟ କରାଯାଇଥିଲା।

ବନମାଳିଙ୍କ କହିବା ଅନୁସାରେ, ରବିବାର ରାତି ୧୦ଟା ବେଳେ ସେ ଭୁବନେଶ୍ୱର ଘାଟିକିଆ ଘରେ ଥିବା ବେଳେ ପୋଲିସ ତାଙ୍କୁ ଡାକି ନେଇଥିଲା। ଜଗଦ୍ଦେବଙ୍କ ବିରୋଧରେ ବୟାନ ଦେବାକୁ କହିଥିଲେ। ମାତ୍ର ସେ ରାଜି ନହେବାରୁ ମାଡ ମରାଯାଇଥିଲା। ମିଥ୍ୟା କେସରେ ଫସାଇ ଦିଆଯିବ ବୋଲି ଧମକ ଦିଆଯାଇଥିଲା। ଜୀବନ ଭୟରେ ଜଗଦ୍ଦେବଙ୍କ ବିରୋଧରେ ମନ୍ତବ୍ୟ ରଖିଥିଲେ ବୋଲି ବନମାଳି କହିଛନ୍ତି। ବନମାଳି ଆହୁରି ମଧ୍ୟ କହିଛନ୍ତି ଯେ, କାଉଁରିପାଟଣା ବୁଥ୍‌ର ଇଭିଏମ ଭଙ୍ଗାରୁଜା ବେଳେ ପ୍ରଶାନ୍ତ ଜଗଦ୍ଦେବ ଆଦୌ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri