Posted inଜାତୀୟ

ରାହୁଲଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୩ ।୭: ଦେଶରେ ଏବେ ଗୋଟିଏ ପଟେ କରୋନା ମହାମାରୀ ତାଣ୍ଡବ ରଚିଥିବା ବେଳେ ଆଉ କିଛି ରାଜ୍ୟରେ ଏବେ ରାଜନୀତି ହୋଇଛି ସରଗରମ । କିଛି ରାଜ୍ୟରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ପ୍ରସ୍ତୁତି ଚାଲିଥିବା ବେଳେ ଅଙ୍କ କଷା ମଧ୍ୟ ଆରମ୍ଭ ହୋଇ ଗଲାଣି । ଏହାରି ଭିତରେ କଂଗ୍ରେସ ତା’ର ସ୍ଥିତି ପୁଣି ଥରେ ଜାହିର କରିବାକୁ ପ୍ରୟାସ ଜାରି ରଖିଛି । ମଙ୍ଗଳବାର ନିର୍ବାଚନ ରଣୀତିଜ୍ଞ କୁହାଯାଉଥିବା ପ୍ରଶାନ୍ତ କିଶୋର କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଦିଲ୍ଲୀ ସ୍ଥିତ ତାଙ୍କ ବାସଭବରେ ଭେଟିଛନ୍ତି । ଯାହାକୁ ନେଇ ଏବେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । ପଞ୍ଜାବ, ରାଜସ୍ଥାନ ଓ ଛତିଶଗଡ଼ରେ କଂଗ୍ରେସରେ ଚାଲିଥିବା ଅର୍ନ୍ତଦ୍ୱନ୍ଦ୍ୱ ମଧ୍ୟରେ ପ୍ରଶାନ୍ତ କିଶୋର ରାହୁଲ ଗାନ୍ଧୀଙ୍କୁ ଭେଟିବା ବହୁ ଗୁରୁତ୍ୱପୂର୍ଣ୍ଣ କଥା ବୋଲି ଆଲୋଚନା ହେଲାଣି । ଏହା ବ୍ୟତୀତ ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଓ ଗୁଜରାଟରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବ । ପଞ୍ଜାବରେ ଏବେ କଂଗ୍ରେସ ସରକାର ରହିଛି । ଅନ୍ୟ ସ୍ଥାନରେ କଂଗ୍ରେସ ତା’ର ହରାଇଥିବା ଆସନ ପୁଣିଥରେ ପାଇବାକୁ ଚେଷ୍ଟା କରିବ ବୋଲି କୁହାଯାଉଛି । କାରଣ ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ସରକାର ପୁଣିଥରେ ଫେରିବାର କାରଣ ପ୍ରଶାନ୍ତ କିଶୋର ବୋଲି କୁହାଯାଉଛି । ତେଣୁ ଏଥର ପ୍ରଶାନ୍ତ କିଶୋର ରାହୁଲଙ୍କୁ ଭେଟିବା କଂଗ୍ରେସ ପାଇଁ କିଛି ଭଲ ସଙ୍କେତ ବୋଲି ମଧ୍ୟ ଅନୁମାନ କରାଗଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri