Posted inଜାତୀୟ

ବ୍ରେକ ପରେ ପୁଣି ବଢୁଛି ସମ୍ପର୍କ

ନୂଆଦିଲ୍ଲୀ,୨୮ ।୩: ନିର୍ବାଚନ ରଣନୀତିଜ୍ଞ ଭାବେ ପରିଚିତ ପ୍ରଶାନ୍ତ କିଶୋର ପୁଣିଥରେ କଂଗ୍ରେସ ସହ ଯୋଗାଯୋଗରେ ଥିବା କୁହାଯାଉଛି । ମିଳିଥିବା ସୂଚନା ଅନୁଯାୟୀ, ପ୍ରଶାନ୍ତ କିଶୋର ଇତିମଧ୍ୟରେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ ସହ ସମ୍ପର୍କରେ ଅଛନ୍ତି । ତେବେ ଏମାନଙ୍କ ମଧ୍ୟରେ କ’ ଣ କଥାବାର୍ତ୍ତା ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଅନୁମାନ କରାଯାଉଛି କି ପିକି ଗୁଜରାଟ ବିଧାନସଭା ନିର୍ବାଚନରେ କଂଗ୍ରେସ ପ୍ରଚାର ଅଭିଯାନର ମଙ୍ଗ ଧରିପାରନ୍ତି । ଆହୁରି ମଧ୍ୟ କୁହାଯାଉଛି କି ପିକେ ଓ କଂଗ୍ରେସ ନେତୃତ୍ୱ ଗୁଜରାଟ ନିର୍ବାଚନ ସହ ଅନ୍ୟ ଦିଗକୁ ନେଇ ବି ମନ୍ଥନ କରିପାରନ୍ତି ।
ଏହାକୁ ନେଇ ଏବେ କଂଗ୍ରେସ ନେତାମାନେ ଚୁପ ରହିଛନ୍ତି । ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ନିକଟତମଙ୍କ କହିବା କଥା ହେଲା ଏବେ ସେମାନେ ଏ ବିଷୟରେ କୌଣସି ଟିପ୍ପଣି ଦେବେ ନାହିଁ । ଏପଟେ ପ୍ରଶାନ୍ତ କିଶୋରଙ୍କ ପକ୍ଷରୁ ଏହାକୁ ଖଣ୍ଡନ ବି କରାଯାଉ ନାହିଁ ।
ଗୁଜରାଟ କଂଗ୍ରେସର ପ୍ରଭାରୀ ରଘୁ ଶର୍ମାଙ୍କୁ ଏ ସମ୍ପର୍କରେ ପଚରା ଯିବାରୁ ସେ ନୋ କମେଣ୍ଟସ୍ ବୋଲି କହିଛନ୍ତି । କଂଗ୍ରେସର ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପିକେଙ୍କ ସହ କଂଗ୍ରେସର ଯେପର୍ଯ୍ୟନ୍ତ ସହମତି ହୋଇନାହିଁ ସେପର୍ଯ୍ୟନ୍ତ ଦୁଇପକ୍ଷରୁ ଏସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri