Posted inଜାତୀୟ

‘୨୦୨୪ରେ ଅସଲ ଲଢେଇ, ସାହେବଙ୍କ ମିଛର ଶିକାର ହୁଅ ନାହିଁ’

ନୂଆଦିଲ୍ଲୀ.୧୧।୩: ଉତ୍ତରପ୍ରଦେଶ, ଉତ୍ତରଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏହି ପାଞ୍ଚଟି ରାଜ୍ୟ ମଧ୍ୟରୁ ୪ଟିରେ ଭାଜପା ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଭାଜପାର ଏହି ସଫଳତା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଦୁ ଉପରେ ପୁଣିଥରେ ଆଲୋଚନା ଆରମ୍ଭ ହୋଇଛି। ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନର ଫଳାଫଳ ସହିତ ଏହାକୁ ସଂଯୋଗ କରି ଲୋକମାନେ ଏହାକୁ ଦେଖୁଛନ୍ତି। ୨୦୨୪ରେ ମଧ୍ୟ ଭାଜପା ଆସିବା ନିଶ୍ଚିତ ବୋଲି ଚର୍ଚ୍ଚା ହେଉଛି। କିନ୍ତୁ ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଏଥିରେ ସହମତ ନୁହଁନ୍ତି।
ଏହି ଫଳାଫଳକୁ ଦେଖି ପ୍ରଶାନ୍ତ କିଶୋର କହିଛନ୍ତି ଯେ ୨୦୨୪ରେ ଅସଲ ଲଢେଇ ହେବ। ୨୦୨୪ର ଲଡେଇ କୌଣସି ରାଜ୍ୟର ଫଳାଫଳ ଦ୍ୱାରା ସ୍ଥିର ହେବ ନାହିଁ। ସାହେବ ଏହା ମଧ୍ୟ ଜାଣନ୍ତି। ତେଣୁ ବିରୋଧୀଙ୍କ ଉପରେ ଏକ ମାନସିକ ଚାପ ସୃଷ୍ଟି କରିବାକୁ ସେ ରାଜ୍ୟ ଫଳାଫଳରୁ ଏକ ପରିବେଶ ସୃଷ୍ଟି କରୁଛନ୍ତି। ଏହା ଅତ୍ୟନ୍ତ ଚତୁର ପ୍ରୟାସ, କିନ୍ତୁ ଏହିପରି ମିଛର ଶିକାର ହୁଅ ନାହିଁ ସେ ବିରୋଧୀଙ୍କୁ ଚେତାବନୀ ଦେଇଛନ୍ତି।
ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କୁ ଭାଜପାର ଜଣେ ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିବେଚନା କରାଯାଏ। ସେ ସମୟ ସମୟରେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ସ୍ବର ଉତ୍ତୋଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?