Posted inଜାତୀୟ

୩ହଜାର କି.ମି. ପଦଯାତ୍ରା କରିବେ ପିକେ

ପାଟନା,୫।୫: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଗୁରୁବାର ବିହାର ରାଜଧାନୀ ପାଟନାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ପୂର୍ବରୁ ପ୍ରଶାନ୍ତ କିଶୋର ନୂଆ ଦଳ ଗଠନ କରିବେ ବୋଲି ଚର୍ଚ୍ଚା ଜୋର ଧରିଥିବା ବେଳେ ଗୁରୁବାର କିନ୍ତୁ ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଉକ୍ତ ଖବରଦାତା ସମ୍ମିଳନୀରେ ପିକେ କୌଣିସ ନୂଆ ଦଳ ଘୋଷଣା କରିବେ ନାହିଁ ବୋଲି କହିଛନ୍ତି। ଏଥିସହ ସେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ ୩୦ବର୍ଷରୁ ବିହାରରେ ଲାଲୁ ଓ ନୀତିଶଙ୍କ ରାଜ ଚାଲିଛି। ଏହାପରେ ବି ଆଜିକା ଦିନରେ ବିହାର ଦେଶର ଅନ୍ୟ ରାଜ୍ୟ ତୁଳନାରେ ସବୁଠାରୁ ପଛରେ ଏବଂ ଗରୀବ ରାଜ୍ୟ ହୋଇ ରହିଛ ବୋଲି ପିକେ କହିଛନ୍ତି। ବର୍ତ୍ତମାନ ବିହାରରେ ନୂତନ ଚିନ୍ତାଧାରା ଓ ନୂତନ ପ୍ରୟାସର ଆବଶ୍ୟକତା ରହିଛି। ଏଠାରେ ସାମାଜିକ ନ୍ୟାୟ ପ୍ରସଙ୍ଗକୁ ଛାଡି ଦିଆଯାଇଥିବା ବେଳେ ବିକାଶ ଦୃଷ୍ଟିରୁ ବିହାର ନିମ୍ନରେ ରହିଛି। ଏହି ସତ୍ୟକୁ କେହି ଅସ୍ବୀକାର କରିପାରିବେ ନାହିଁ। ଯଦି ଆସନ୍ତା ୧୦-୧୫ ବର୍ଷ ମଧ୍ୟରେ ବିହାରକୁ ଅଗ୍ରଣୀ ରାଜ୍ୟ ତାଲିକାରେ ଆସିବାକୁ ପଡିବ, ତା’ହେଲେ ଏଥିପାଇଁ ନୂତନ ଚିନ୍ତାଧାରା ଏବଂ ନୂତନ ପ୍ରୟାସ ଆବଶ୍ୟକ ବୋଲି ସେ କହିଛନ୍ତି। ଅନ୍ୟପଟେ ପଶ୍ଚିମ ଚମ୍ପାରନରୁ ୩ ହଜାର କିଲୋମିଟର ଲମ୍ବା ପଦଯାତ୍ରା ବାହାର କରିବେ ବୋଲି ପ୍ରଶାନ୍ତ କିଶୋର ଘୋଷଣା କରିଛନ୍ତି। ଆସନ୍ତା ୩ରୁ ୪ ମାସ ମଧ୍ୟରେ ସେ ୧୮ହଜାର ଲୋକଙ୍କୁ ଭେଟିବେ ଓ ଜନସମର୍ଥନ ଏକଜୁଟ କରିବେ ବୋଲି ପିକେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri