ପ୍ରଶାନ୍ତ କିଶୋରଙ୍କ ମେଣ୍ଟକୁ ନେଇ ବଡ ବୟାନ!

ନୂଆଦିଲ୍ଲୀ,୧୯।୩: ୨୦୨୪ ଲୋକସଭା ନିର୍ବାଚନକୁ ନେଇ ବଡ ବୟାନ ଦେଇଛନ୍ତି ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର। ଯାହାକୁ ନେଇ ଖାସ୍‌ କରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀଙ୍କ ନିଦ ହଜି ଯାଇଛି। ସେ କହିଛନ୍ତି, ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ଏଥର ତୃଣମୂଳ କଂଗ୍ରେସ ଅପେକ୍ଷା ଭଲ ପ୍ରଦର୍ଶନ କରିବ। ୨୦୧୪ ଏବଂ ୨୦୧୯ ଲୋକସଭା ନିର୍ବାଚନରେ ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଲହର ଦେଖାଯାଇଥିଲା।

ବର୍ତ୍ତମାନ ପ୍ରଶାନ୍ତ କିଶୋର ଦାବି କରିଛନ୍ତି ଯେ, ୨୦୨୪ରେ ପଶ୍ଚିମବଙ୍ଗରେ ଟିଏମସି ଅପେକ୍ଷା ଭାଜପା ଅଧିକ ଆସନ ପାଇବ। ଉତ୍ତର ପୂର୍ବ ଏବଂ ଦକ୍ଷିଣ ଭାରତୀୟ ରାଜ୍ୟରେ ମଧ୍ୟ ଭାଜପାର ଆସନ ବୃଦ୍ଧି ପାଇବ ବୋଲି ସେ କହିଛନ୍ତି।

ପ୍ରଶାନ୍ତ କିଶୋରଙ୍କ ଅନୁଯାୟୀ ୪୦୦ ରୁ ଅଧିକ ସିଟ ଜିତିବା ପାଇଁ ଏନଡିଏ ଗଠବନ୍ଧନର ଲକ୍ଷ୍ୟ ହାସଲ କରିବା କଷ୍ଟକର, କିନ୍ତୁ ପଶ୍ଚିମବଙ୍ଗରେ ଆଶ୍ଚର୍ଯ୍ୟଜନକ ଫଳାଫଳ ଆସିବ। ସେ କହିଛନ୍ତି, ମୁଁ କେଣସି ଭବିଷ୍ୟବାଣୀ କରିବାକୁ ଚାହେଁ ନାହିଁ, କିନ୍ତୁ ଟିଏମସି ଅପେକ୍ଷା ପଶ୍ଚିମବଙ୍ଗରେ ଭାଜପାର ପ୍ରଦର୍ଶନ ଭଲ ହେବ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଦକ୍ଷିଣ ରାଜ୍ୟ ଗସ୍ତ ଭାଜପା ପାଇଁ ଏକ ଭଲ ସଙ୍କେତ।

ଏକ ସାକ୍ଷାତକାରରେ ପ୍ରଶାନ୍ତ କିଶୋର ଆହୁରି କହିଛନ୍ତି ଯେ, ବଙ୍ଗଳା ବ୍ୟତୀତ ବିହାର, ଓଡିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ତାମିଲନାଡୁ ଏବଂ କେରଳରେ ମଧ୍ୟ ଭାଜପାର ଆସନ ବୃଦ୍ଧି ପାଇବ। ତେବେ ସେ କୌଣସି ଦଳର ଆସନ ସଂଖ୍ୟା ପ୍ରକାଶ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri