Posted inଜାତୀୟ

‘ପଶ୍ଚିମବଙ୍ଗରେ ନମ୍ବର-୧, ସାଉଥରେ କରିବ କମାଲ,’ ପ୍ରଶାନ୍ତ କିଶୋରଙ୍କ ଭବିଷ୍ୟବାଣୀ ଶୁଣି ଭାଜପା କ୍ୟାମ୍ପରେ ଖୁସିର ଲହରୀ

ନୂଆଦିଲ୍ଲୀ,୮।୪: ଲୋକ ସଭା ନିର୍ବାଚନ ପୂର୍ବରୁ ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ରବିବାର (ଏପ୍ରିଲ ୭) ଦାବି କରିଛନ୍ତି ଯେ ଭାରତୀୟ ଜନତା ପାର୍ଟି ନିଜର ଆସନ ବୃଦ୍ଧି କରିବ ଏବଂ ଦକ୍ଷିଣ ଏବଂ ଉତ୍ତର ପୂର୍ବ ଭାରତରେ ଭୋଟ ଅଂଶ ବଢାଇବ। ସେ କହିଛନ୍ତି ଯେ ଆସନ୍ତା ନିର୍ବାଚନରେ ଭାଜପା ୩୦୦ରୁ ଅଧିକ ସିଟ ଜିତିପାରିବ ଯାହା କେନ୍ଦ୍ରରେ ସରକାର ଗଠନ ପାଇଁ ଆବଶ୍ୟକ ହେଉଥିବା ମ୍ୟାଜିକ ସଂଖ୍ୟାଠାରୁ ବହୁତ ଅଧିକ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବଙ୍ଗଳାର ମମତା ବାନାର୍ଜୀ ଏବଂ ଆନ୍ଧ୍ରପ୍ରଦେଶର ଜଗନ ମୋହନ ରେଡ୍ଡୀଙ୍କ ପରି ବହୁ ବିରୋଧୀଦଳ ନେତାଙ୍କ ସହ କାମ କରିଥିବା ପ୍ରଶାନ୍ତ କିଶୋର କହିଛନ୍ତି ଯେ ପଶ୍ଚିମବଙ୍ଗରେ ଏକ ନମ୍ବର ଦଳ ଭାବେ ଭାଜପା ଉଭା ହୋଇପାରେ। ଏଥି ସହିତ, ତେଲେଙ୍ଗାନାରେ ମଧ୍ୟ ଭାଜପା ଏକ ନମ୍ବର କିମ୍ବା ଦୁଇ ନମ୍ବର ଦଳ ହୋଇପାରେ।

ସେ ନ୍ୟୁଜ ଏଜେନ୍ସି ପିଟିଆଇକୁ କହିଛନ୍ତି, ସେମାନେ (ଭାଜପା) ତେଲଙ୍ଗାନାରେ ଏକ ନମ୍ବର କିମ୍ବା ଦୁଇ ନମ୍ବର ଦଳ ହେବ, ଯାହା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା। ସେମାନେ ନିଶ୍ଚିତ ଭାବରେ ଓଡ଼ିଶାରେ ମଧ୍ୟ ଏକ ବଡ ଦଳ ହେବେ। ମୋ ମତରେ ଏହାର ସମସ୍ତ ସମ୍ଭାବନା ଅଛି ଏଥିରୁ ସ୍ପଷ୍ଟ ହୋଇଛି ଯେ ପଶ୍ଚିମବଙ୍ଗରେ ଭାଜପା ସର୍ବାଧିକ ଆସନ ଜିତିବାକୁ ଯାଉଛି।
ପ୍ରଶାନ୍ତ କିଶୋର ଆହୁରି କହିଛନ୍ତି ଯେ ଭାଜପାର ବିଜୟରଥକୁ ରୋକିବା ପାଇଁ ବିରୋଧୀଙ୍କର ତିନୋଟି ସୁଯୋଗ ଥିଲା, କିନ୍ତୁ ଅଳସୁଆ ଏବଂ ଭୁଲ ରଣନୀତି ଯୋଗୁଁ ସେମାନେ ଏହି ସୁଯୋଗକୁ ହାତଛଡ଼ା କରିଥିଲେ। ସେ କହିଛନ୍ତି ଯେ ଏଥର ତାମିଲନାଡୁରେ ଭାଜପା ଦୁଇ ଅଙ୍କ ବିଶିଷ୍ଟ ଭୋଟ ପାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri