୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା ଲାଗି ସମସ୍ତ ପ୍ରଚେଷ୍ଟା କରୁଛି। ଏମିତିରେ ରାଜନୈତିକ ରଣନୀତିଜ୍ଞ ତଥା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ବଡ଼ ଆକଳନ କରିଛନ୍ତି। ଲୋକ ସଭା ନିର୍ବାଚନରେ ଭାଜପା ପ୍ରାୟ ୩୦୦ ଆସନ ଜିତିବାର ସମ୍ଭାବନା ରହିଛି। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ବ୍ୟାପକ କ୍ରୋଧ ନାହିଁ ବୋଲି ସେ କହିଛନ୍ତି।

ଜାତୀୟ ଗଣମାଧ୍ୟମ ‘ଇଣ୍ଡିଆ ଟୁଡେ’ ସହ ସ୍ବତନ୍ତ୍ର ସାକ୍ଷାତକାର ଦେଇ ପ୍ରଶାନ୍ତ କହିଛନ୍ତି, ଭାଜପା ଲାଗି ନିଜ ଦମ୍‌ରେ ୩୭୦ ଆସନ ଜିତିବା ଅସମ୍ଭବ। ଦଳକୁ ପ୍ରାୟ ୩୦୦ ଆସନ କିନ୍ତୁ ମିଳିଯାଇପାରେ। ଯେଉଁଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ ଯେ ଭାଜପାକୁ ୩୭୦ ଆସନ ମିଳିବ। ଏନ୍‌ଡିଏ ୪୦୦ ପାର୍‌ କରିବ। ମୁଁ କହିଥିଲି ଯେ ଏହା ଅସମ୍ଭବ। ଏହା କେବଳ ସମସ୍ତ କର୍ମକର୍ତ୍ତାଙ୍କ ମନୋବଳ ବଢ଼ାଇବା ଲାଗି ଏକ ସ୍ଲୋଗାନ। ଭାଜପା ପାଇଁ ୩୭୦ ଆସନ ଜିତିବା ଅସମ୍ଭବ। ହେଲେ ଦଳ ନିଶ୍ଚିତ ଭାବେ ୨୭୦ ଆସନରୁ କମ୍‌ ଜିତିବ ନାହିଁ। ଗତ ଲୋକ ସଭାରେ ଦଳ ଯେତିକି ଆସନରେ ଜିତିଥିଲା, ସେତିକି ଆସନ ହାସଲ କରିବାରେ ଦଳ ସଫଳ ହେବ ବୋଲି ସେ କହିଛନ୍ତି।

ସେହିଭଳି ୩୦୦ ଆସନ ଅନୁମାନ ଉପରେ ବିସ୍ତାର ଭାବେ ବର୍ଣ୍ଣନା କରି ସେ କହିଛନ୍ତି, ଭାଜପାକୁ ଲୋକ ସଭା ନିର୍ବାଚନରେ ଉତ୍ତର ଏବଂ ପଶ୍ଚିମ ଭାରତରେ ସେଭଳି କ୍ଷତି ହେବ ନାହିଁ। ହେଲେ ଦକ୍ଷିଣ ଏବଂ ପୂର୍ବ ଭାରତରେ ଦଳର ଆସନ ବୃଦ୍ଧି ପାଉଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?