Posted inଜାତୀୟ

ଗିରଫ ହେଲେ ପ୍ରଶାନ୍ତ କିଶୋର

ପାଟନା,୬।୧: ଜନ ସୁରଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କୁ ପୋଲିସ ଗିରଫ କରିଛି। ପାଟନା ଜିଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତାଙ୍କୁ ଗିରଫ କରିବା ପୂର୍ବରୁ ପୋଲିସ ତାଙ୍କୁ ଅଟକ ରଖିଥିଲା।ଗିରଫ କରିବା ପୂର୍ବରୁ ପୋଲିସ ତାଙ୍କୁ ଅଟକ ରଖିଥିଲା। ସେ ଗାନ୍ଧୀ ମଇଦାନରେ ବାପୁ ମୂର୍ତ୍ତି ତଳେ ଆମରଣ ଅନଶନରେ ବସିଥିଲେ। ସୋମବାର (ଜାନୁୟାରୀ ୬, ୨୦୨୫) ସକାଳ ପ୍ରାୟ ୪ଟା ସମୟରେ ପୋଲିସ ପହଞ୍ଚି ପ୍ରଶାନ୍ତ କିଶୋରଙ୍କୁ ଏମ୍ସକୁ ନେଇଥିଲା। କିଛି ସମୟ ପରେ ପୋଲଇସ ସେଠାରୁ ପି.କେଙ୍କୁ ନେଇ ନୌବତପୁର ଆଡକୁ ଗଲା। ବର୍ତ୍ତମାନ ସୂଚନା ଦିଆଯାଇଛି ଯେ ପ୍ରଶାନ୍ତ କିଶୋର ଏବଂ କିଛି ସମର୍ଥକଙ୍କୁ ଗିରଫ କରାଯାଇଛି।

ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି, ଜନ ସୁରଜ ପାର୍ଟିର ପ୍ରଶାନ୍ତ କିଶୋର ଏବଂ ଅନ୍ୟ କେତେକ ସେମାନଙ୍କ ପାଞ୍ଚ ସୂତ୍ରି ଦାବି ଉପରେ ସୀମିତ ଅଞ୍ଚଳରେ ଗାନ୍ଧୀ ମଇଦାନର ଗାନ୍ଧୀ ପ୍ରତିମୂର୍ତ୍ତି ସମ୍ମୁଖରେ ବେଆଇନ ବିରୋଧ ପ୍ରଦର୍ଶନ କରିଥିଲେ। ପ୍ରତିବାଦ ପାଇଁ ନିର୍ଦ୍ଧିଷ୍ଟ ସ୍ଥାନ ଗର୍ଦନିବାଗକୁ ଯିବା ପାଇଁ ନୋଟିସ ଜାରି କରାଯାଇଥିଲା, ସୀମିତ ଅଞ୍ଚଳରେ ବେଆଇନ ବିରୋଧ ଯୋଗୁଁ ଗାନ୍ଧୀ ମଇଦାନ ପୋଲିସ ଷ୍ଟେଶନରେ ଏକ ଏଫଆଇଆର କରାଯାଇଥିଲା।
ଏହା ମଧ୍ୟ କୁହାଯାଇଥିଲା, ବାରମ୍ବାର ଅନୁରୋଧ ଏବଂ ପର୍ଯ୍ୟାପ୍ତ ସମୟ ସତ୍ତ୍ୱେ ସାଇଟ ଖାଲି ହୋଇନଥିଲା। ତେଣୁ ସୋମବାର ତାଙ୍କୁ କେତେଜଣ ସମର୍ଥକଙ୍କ ସହ ଗିରଫ କରାଯାଇଛି। ସେମାନେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ପ୍ରକ୍ରିୟା ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେଉଛି ଏହାକୁ କୋର୍ଟରେ ଉପସ୍ଥାପନ କରିବାକୁ ନିଆଯାଉଛି।

ଅନ୍ୟପକ୍ଷରେ ପାଟନା ଡିଏମ ଚନ୍ଦ୍ରଶେଖର ସିଂ କହିଛନ୍ତି ଯେ ପ୍ରଶାନ୍ତ କିଶୋରଙ୍କୁ ଏକ ସୁରକ୍ଷିତ ସ୍ଥାନରେ ରଖାଯାଇଛି। ଏହା ପରେ ତାଙ୍କୁ ସକାଳ ୧୦ଟାରେ କୋର୍ଟରେ ହାଜର କରାଯିବ। କୁହାଯାଇଥିଲା ଯେ ପ୍ରଶାନ୍ତ କିଶୋରଙ୍କୁ ଏମ୍ସ ରେ ପରୀକ୍ଷା କରାଯାଇଥିଲା। ସେ ସୁସ୍ଥ ଥିବା ଜଣାପଡିଛି। ତେବେ ତାଙ୍କୁ କେଉଁଠାରେ ରଖାଯାଇଛି ସେ ସମ୍ପର୍କରେ କୌଣସି ସୂଚନା ଦିଆଯାଇ ନାହିଁ। ପିକେଙ୍କ ସହିତ ଏମ୍ସ ଛାଡିବା ପରେ ପୋଲିସ ନୌବତପୁର ଅଭିମୁଖେ ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?