Posted inଜାତୀୟ

ପ୍ରଶାନ୍ତ କୁମାର ଏଏଏଆଇର ସଭାପତି ନିର୍ବାଚିତ

ନୂଆଦିଲ୍ଲୀ,୩୦।୧୧: ସାଉଥ ଏସିଆ ଅଫ୍‌ ଗ୍ରୁପ୍‌-ଏମ୍‌ ମିଡିଆ (ଇଣ୍ଡିଆ) ପ୍ରାଇଭେଟ୍‌ ଲିମିଟେଡ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପ୍ରଶାନ୍ତ କୁମାର ବିଜ୍ଞାପନ ଶିଳ୍ପର ଜଣାଶୁଣା ସଂଘ ଆଡଭର୍ଟାଇଜିଂ ଏଜେନ୍ସି ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏଏଏଆଇ)ର ନୂତନ ସଭାପତି ଭାବେ ବୁଧବାର ନିର୍ବାଚିତ ହୋଇଛନ୍ତି। ଏପରିକି ଏଏଏଆଇର ବାର୍ଷିକ ସାଧାରଣ ଅଧିବେଶନରେ ପ୍ରଶାନ୍ତ ୨୦୨୨-୨୩ ବର୍ଷ ପାଇଁ ସଂଘର ସଭାପତି ଭାବେ ନିର୍ବାଚିତ ହୋଇଥିବା ଏଏଏଆଇ ପକ୍ଷରୁ କୁହାଯାଇଛି। ସେହିଭଳି ହାଭାସ୍‌ ଗ୍ରୁପ୍‌ ଇଣ୍ଡିଆର ଗ୍ରୁପ୍‌ ସିଇଓ ରାଣା ବରୁଆ ଉପସଭାପତି ଭାବେ ନିର୍ବାଚିତ ହୋଇଥିବା ବେଳେ ବିଶନଦାସ ହର୍ଦାସାନି, କୁନାଲ ଲାଲାନି, ରୋହନ ମେହେଟା, ଚନ୍ଦ୍ରମୌଳି ମୁଥୁ, ଶ୍ରୀଧର ରାମାସୁବ୍ରମଣ୍ୟନ୍‌, ଶଶିଧର ସିହ୍ନା, କେ. ଶ୍ରୀନିବାସ ଏବଂ ବିବେକ ଶ୍ରୀବାସ୍ତବ ସଂଘର ବୋର୍ଡକୁ ମନୋନୀତ ହୋଇଛନ୍ତି। ଏ ସମ୍ପର୍କରେ ଏଏଏଆଇର ସଭାପତି ପ୍ରଶାନ୍ତ କୁମାର (ପି.କେ.) କହିଛନ୍ତି, ଏଭଳି ଏକ ସମ୍ମାନଜନକ ସଙ୍ଗଠନର ସଭାପତି ଭାବେ ନିର୍ବାଚିତ ହୋଇଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ। ଉଲ୍ଲେଖଯୋଗ୍ୟ, ଦୀର୍ଘ ୨୫ ବର୍ଷରୁ ଅଧିକ ସମୟ ହେବ ପି.କେ. ଗ୍ରୁପ୍‌-ଏମ୍‌ ସହ ଜଡ଼ିତ ରହିବା ସହିତ ବିଜ୍ଞାପନ ଶିଳ୍ପରେ କାର୍ଯ୍ୟ କରିସାରିଛନ୍ତି। ସେ ଏହା ପୂର୍ବରୁ ପେପ୍‌ସି, ଦି ହିନ୍ଦୁ, ଦି ମିଡିଆ ଏଜ୍‌ ଏବଂ ମ୍ୟାକ୍‌କାନ୍‌ ଏରିକ୍ସନ୍‌ ଭଳି ସଂସ୍ଥାରେ କାର୍ଯ୍ୟ କରୁଛନ୍ତି। ସେ ମଧ୍ୟ ୨୦୨୦-୨୨ ପର୍ଯ୍ୟନ୍ତ ଏଏଏଆଇର ଉପାଧ୍ୟକ୍ଷ ଭାବେ କାର୍ଯ୍ୟ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି

ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି।…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri