ମେଣ୍ଡୁଲିଙ୍କ ବଢିଲା ଅଡ଼ୁଆ, ସରକାର ନେବେ ବଡ଼ ଆକ୍ସନ?

ଭୁବନେଶ୍ୱର,୧୨।୭: ଓଡ଼ିଶା ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ବଢିଲା ଅଡୁଆ। ଥାନାରେ ତାଙ୍କ ବିରୋଧରେ ଏତଲା ଦାୟର ପରେ ଏବେ ତାଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆସିଛି। ସଡ଼କ ପରିବହନ ସଂଘ ଉପସଭାପତି ଦେବେନ୍ଦ୍ର ପାଣିଗ୍ରାହୀଙ୍କ ବିଶୋଦଗାର କହିଛନ୍ତି, ଡ୍ରାଇଭରଙ୍କୁ ଧମକ ଚମକ ଦେଇ ହଇରାଣ କରିବାକୁ ସେ ଚେଷ୍ଟା କରୁଛନ୍ତି। ମେଣ୍ଡୁଲି ଓ ଆଦିତ୍ୟଙ୍କୁ ଆକାଉଣ୍ଟ ଯାଞ୍ଚ କଲେ ୧୦ କୋଟିର ସ୍କାମ ଆସିବ। ଏହି ବଡ଼ ସ୍କାମକୁ ନେଇ ED ତଦନ୍ତର ଆବଶ୍ୟକତା ରହିଛି। ଓଡ଼ିଶାରେ ଥିବା ୩୫ଟି ସଂଘରୁ ୨-୩ଟି ସଂଘ ମେଣ୍ଡୁଲିଙ୍କ ସହ ଅଛନ୍ତି। ମେଣ୍ଡୁଲିଙ୍କ ପଛରେ କିଛି ରାଜନୈତିକ ବ୍ୟକ୍ତି ରହି ଉସୁକାଉଛନ୍ତି। ତାଙ୍କ ସଂଘକୁ ସରକାର ଆଇନ ଆଣି ବେଆଇନ ଘୋଷଣା କରନ୍ତୁ।

ସୂଚନାଥାଉ କି, ଓଡ଼ିଶା ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ନାଁରେ ଏତଲା। ମେଣ୍ଡୁଲିଙ୍କ ନାଁରେ ଏତଲା ଦେଇଛି ମିନି ଟ୍ରକ ମାଲିକ ସଂଘ। ଏହି ଏତଲା ସମ୍ପର୍କରେ ସବିଶେଷ ତଥ୍ୟ ଏପର୍ଯ୍ୟନ୍ତ ସାର୍ବଜନୀନ ହୋଇ ନ ଥିବା ବେଳେ, ଏହା ରାଜ୍ୟରେ ଚାଲିଥିବା ଡ୍ରାଇଭର ମହାସଂଘର ଆନ୍ଦୋଳନ ଓ ତାହାର ନେତୃତ୍ୱ ସହ ଜଡ଼ିତ ବିବାଦକୁ ଆହୁରି ତୀବ୍ର କରିଛି।

ମିନି ଟ୍ରକ ମାଲିକ ସଂଘ ଏତଲାରେ କହିଛି, ଅଗଣତାନ୍ତ୍ରିକ ପଦ୍ଧତିରେ ଡ୍ରାଇଭର ସଂଘ ହକ ମାଗୁଛି। ଡ୍ରାଇଭର ଓ ମାଲିକଙ୍କୁ ଅପମାନିତ କରାଯାଉଛି। ତେବେ, ଏହା ଡ୍ରାଇଭର ମହାସଂଘର ଚାଲିଥିବା ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଏବଂ ସଂଘ ମଧ୍ୟରେ ମତାନ୍ତର କିମ୍ବା ଆନ୍ତଃସଂଘ ବିବାଦ ସହ ଜଡ଼ିତ ହୋଇପାରେ ବୋଲି ଅନୁମାନ କରାଯାଉଛି। ଡ୍ରାଇଭର ମହାସଂଘର ଆନ୍ଦୋଳନ ଆସନ୍ତାକାଲିଠୁ ବସ-ଟ୍ରକ ଗଡିବା ନେଇ ଘୋଷଣା କରିଥିାବେଳେ ଏହି ଖବର ଏବେ ସାରା ଓଡ଼ିଶାରେ ଚର୍ଚ୍ଚାର ବିଷୟ ପାଲଟିଛି।

ପ୍ରଶାନ୍ତ ମେଣ୍ଡୁଲି ଓଡ଼ିଶା ଡ୍ରାଇଭର ମହାସଂଘର ଏକ ପ୍ରମୁଖ ନେତା ଭାବେ ପରିଚିତ। ସେ ନିକଟରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ଦାବି ନେଇ ଆଲୋଚନାରେ ସାମିଲ ହୋଇଥିଲେ, ଯେଉଁଥିରେ ରାଜ୍ୟ ରାଜପଥରେ ରେଷ୍ଟରୁମ ର୍ନିମାଣ ଏବଂ ଓଡ଼ିଆ ଡ୍ରାଇଭରଙ୍କୁ ଶିଳ୍ପରେ ନିଯୁକ୍ତି ଦେବା ଆଦି ପ୍ରସଙ୍ଗ ସାମିଲ ରହିଥିଲା। ତେବେ, ଏକ ବୈଠକରେ ତାଙ୍କର ଅନୁପସ୍ଥିତିକୁ ନେଇ ମଧ୍ୟ ଚର୍ଚ୍ଚା ହୋଇଥିଲା।

ଅନ୍ୟପକ୍ଷରେ, ପ୍ରଶାନ୍ତ ମେଣ୍ଡୁଲି ନିଜେ ଆନ୍ଦୋଳନ ଜାରି ରଖିବା ପାଇଁ ଅଡ଼ି ରହିଛନ୍ତି। ସେ କହିଛନ୍ତି ଯେ, ସରକାର ଲିଖିତ ପ୍ରତିଶ୍ରୁତି ନ ଦେବା ଯାଏଁ ଆନ୍ଦୋଳନ ବନ୍ଦ ହେବ ନାହିଁ। ସେ ରାଜ୍ୟର ୩୦ଟି ଜିଲ୍ଲାର ଡ୍ରାଇଭରମାନଙ୍କୁ ଏହି ଆନ୍ଦୋଳନରେ ସାମିଲ ହେବାକୁ ମଧ୍ୟ ଅନୁରୋଧ କରିଛନ୍ତି। ତେବେ, ସେ ସ୍ପଷ୍ଟ କରିଛନ୍ତି ଯେ ଲୋକଙ୍କୁ ହଇରାଣ କରିବା ତାଙ୍କର ଉଦ୍ଦେଶ୍ୟ ନୁହେଁ।

ମେଣ୍ଡୁଲିଙ୍କ ପଛରେ ବଡ଼ ହାତ! ସାମ୍ନାକୁ ଆସିଲା ବଡ଼ ଖୁଲାସା


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri