ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ, ସରୋଜ ମେହେର ଉପମୁଖ୍ୟ ସଚେତକ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ ଦାୟିତ୍ୱ ମିଳିଛି। ସେହିପରି ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ସରକାରୀ ଦଳ ଉପ ମୁଖ୍ୟ ସଚେତକ କରାଯାଇଛି। ଏ ନେଇ ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ପୂର୍ବରୁ ସରକାରୀ ଦଳ ମୁଖ୍ୟ ସଚେତକ ପଦବୀରେ ଥିବା ପ୍ରମିଳା ମଲ୍ଲିକ ରବିବାର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମିଳିଛି। ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ୨୧ ଜଣିଆ ମନ୍ତ୍ରିମଣ୍ଡଳରେ ଜଗତ୍‌ସିଂହପୁର ଜିଲାରୁ କାହାରିକୁ ସ୍ଥାନ ମିଳି ନାହିଁ। ଏହାପୂର୍ବରୁ ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗର ମନ୍ତ୍ରୀ ହୋଇଥିଲେ। ସେ ଶନିବାର ଇସ୍ତଫା ଦେବାପରେ ସମ୍ଭାବ୍ୟ ନୂଆ ମନ୍ତ୍ରୀ ତାଲିକାରେ ଜଗତ୍‌ସିଂହପୁର ଜିଲାରୁ କେହି ନ ଥିଲେ। କିନ୍ତୁ ପ୍ରଶାନ୍ତ ମୁଦୁଲିଙ୍କୁ ଉପରୋକ୍ତ ଦାୟିତ୍ୱ ଦିଆଯିବ ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଥିଲା। ସେହିପରି ସରକାରୀ ଦଳ ଉପ ମୁଖ୍ୟ ସଚେତକ ପଦବୀରେ ଥିବା ରୋହିତ ପୂଜାରୀଙ୍କୁ ନୂଆ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଛି। ସେ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ) ଭାବେ ଉଚ୍ଚ ଶିକ୍ଷା ବିଭାଗର ଦାୟିତ୍ୱ ତୁଲାଇବେ। ତାଙ୍କ ସ୍ଥାନରେ ପାଟଣାଗଡ଼ ବିଧାୟକ ମେହେରଙ୍କୁ ନିଯୁକ୍ତ କରାଯାଇଛି। ସେ ୨୦୧୯ରେ ପ୍ରଥମ ଥର ପାଇଁ ନିର୍ବାଚନ ଲଢ଼ି ପାଟଣାଗଡ଼ର ଟାଣୁଆ ନେତା ତଥା ଭାଜପାର ବରିଷ୍ଠ ନେତା କନକବର୍ଦ୍ଧନ ସିଂଦେଓଙ୍କୁ ହରାଇ ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri