Posted inଖେଳ

ଜଣେ କ୍ରିକେଟର ଆହତ ହେବାରୁ ବଦଳି ଯାଇଥିଲା ପ୍ରସିଦ୍ଧଙ୍କ ଭାଗ୍ୟ

ଅହମଦାବାଦ,୨୪।୩: କର୍ନାଟକର ଯୁବ ପେସର ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ବପ୍ନ ଶେଷରେ ପୂରଣ ହୋଇଛି। ଭାରତ ବନାମ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ପ୍ର୍‌ଥମ ଏକଦିବସୀୟରେ କ୍ରିଷ୍ଣାଙ୍କୁ ଅନ୍ତର୍ଜାତୀୟ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ଡେବ୍ୟୁ ମ୍ୟାଚ୍‌ରେ ସେ ୮.୧ ଓଭର ବୋଲିଂ କରି ୫୫ ରନ୍‌ ଦେଇ ୪ଟି ଉଇକେଟ୍‌ ନେଇଥିଲେ। ଡେବ୍ୟୁ ମ୍ୟାଚ୍‌ରେ ୪ ଉଇକେଟ୍‌ ନେବାରେ ପ୍ରଥମ ଭାରତୀୟ ହେବାସହ ସେ ୨୪ ବର୍ଷର ରେକର୍ଡ ମଧ୍ୟ ଭାଙ୍ଗିଛନ୍ତି। ୧୯୯୭ରେ ନୋଏଲ ଡେଭିଡ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଡେବ୍ୟୁ ମ୍ୟାଚ୍‌ରେ ୨୧ ରନ୍‌ ଦେଇ ୩ଟି ଉଇକେଟ୍‌ ନେଇଥିଲେ। ଗୋଟିଏ ଦିନ ପୂର୍ବରୁ ସେ ଟିମ ଇଣ୍ଡିଆ ଜର୍ସି ପିନ୍ଧିଥିବା ଏକ ଫଟୋ ପୋଷ୍ଟ କରି ଏହାକୁ ସ୍ମରଣୀୟ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଥିଲେ।

କିନ୍ତୁ ଏଠାରେ ପହଞ୍ଚିବା ପାଇଁ ପ୍ରସିଦ୍ଧଙ୍କର ଯାତ୍ରା ସହଜ ହୋଇନାହିଁ। ଘରେ ପ୍ରସିଦ୍ଧ ପିଲାଦିନରୁ ଖେଳର ପରିବେଶ ପାଇଥିଲେ। ବାପା କ୍ରିକେଟ ଖେଳୁଥିଲେ। ମା’ ଜଣେ ଭଲିବଲ ଖେଳାଳି ଥିଲେ। ୬ ଫୁଟ ୨ ଇଞ୍ଚ ଉଚ୍ଚତାର କ୍ରିଷ୍ଣା ଆଇପିଏଲରେ ଅନେକ ଦଳ ପାଇଁ ନେଟ ବୋଲିଂ କରୁଥିଲେ। ୨୦୧୮ରେ, କୋଲକାତା ନାଇଟ ରାଇଡର୍ସ ପକ୍ଷରୁ ୧୯ ବର୍ଷରୁ କମ ଭାରତୀୟ ଦଳ ବୋଲର କମଲେଶ ନାଗେରକୋଟିଙ୍କ ଆଘାତ ପରେ କ୍ରିଷ୍ଣାଙ୍କୁ ଦଳରେ ନିଆଯାଇଥିଲା। ଏହା ପରେ ସେ ଟି -୨୦ଲିଗରେ ଅବତରଣ କରି ନିଜକୁ ପ୍ରମାଣିତ କରିଥିଲେ। ସେପ୍ଟେମ୍ବର ୨୦୧୫ରେ ବାଂଲାଦେଶ ବିପକ୍ଷ ତିନି ଦିନିଆ ୱାର୍ମ ଅପ ମ୍ୟାଚରେ ପ୍ରଥମ ଥର ପାଇଁ ସିନିୟର ସ୍ତରରେ ଚମତ୍କାର ପ୍ରଦର୍ଶନ କରି ପ୍ରସିଦ୍ଧ କ୍ରିଷ୍ଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। ସେ ୪୯ରନ ଦେଇ ୫ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri