Posted inଖେଳ

ଏଥର ବିଶ୍ୱକପ୍‌ ଟିମ୍‌ରେ ସ୍ଥାନ ପକ୍କା! ୬ ଫୁଟ ୨ ଇଞ୍ଚର ଏହି ଭାରତୀୟ ପେସର୍‌ଙ୍କୁ ନେଇ ବଢ଼ୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୯।୩: ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ଶୁକ୍ରବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ୨୫ ବର୍ଷୀୟ ତଥା ୬ ଫୁଟ ୨ ଇଞ୍ଚ ଉଚ୍ଚତାର ଦ୍ରୁତ ବୋଲର ପ୍ରସିଦ୍ଧ କୃଷ୍ଣା। କର୍ନାଟକ ପ୍ରିମିୟର ଲିଗ୍‌ରେ ଦମ୍‌ ଦେଖାଇବା ପରଠାରୁ କ୍ୟାରିୟରର ଗୋଟିଏ ପରେ ଗୋଟିଏ ପାହାଚ ଚଢ଼ି ଚାଲିଛନ୍ତି ଏହି ବୋଲର୍‌। ସେ ବିଜୟ ହଜାରେ ଟ୍ରଫିରେ ଭାଗ ନେଇ ଦ୍ୱିତୀୟ ସର୍ବାଧିକ ଉଇକେଟ ନେଇଥିବା ଖେଳାଳି ପାଲଟିଥିଲେ। ଏହାପରେ ତାଙ୍କୁ ଆଇପିଏଲ୍‌ରେ ସୁଯୋଗ ମିଳିଥିଲା। କେକେଆର୍‌ ପକ୍ଷରୁ ସେ ୨୦୧୮ରେ ଖେଳି ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ଏଯାବତ ସେ ୨୪ ଆଇପିଏଲ୍‌ ମ୍ୟାଚ୍‌ରେ ୧୮ ଉଇକେଟ ନେଇଛନ୍ତି।

ଇନ୍ଦୋରରେ ଖେଳାଯାଇଥିବା ଟି୨୦ ମ୍ୟାଚ୍‌ ବେଳେ କୋହଲି ଏହି ବୋଲରଙ୍କ ପ୍ରଶଂସା କରିଥିଲେ। ତାଙ୍କ ପାଖରେ ଭଲ ଗତି ରହିଛି। ଘରୋଇ କ୍ରିକେଟରେ ତାଙ୍କର ପ୍ରଦର୍ଶନ ବେଶ ଉଲ୍ଲେଖନୀୟ ରହିଛି। ସମସ୍ତ ଫର୍ମାଟରେ ଏଭଳି ବୋଲର୍‌ ରହିବା ଉଚିତ। ବିଶ୍ୱକପ୍‌ ପାଇଁ ଆମ ପାଖରେ ଉପଯୁକ୍ତ ବିକଳ୍ପ ଅଛି ବୋଲି ସେ କହିଥିଲେ।

ଆଗାମୀ ଦିନରେ ଟି୨୦ ବିଶ୍ୱକପ୍‌ ଖେଳାଯିବ। ଏଣୁ ଏଥିପାଇଁ ପ୍ରସିଦ୍ଧଙ୍କ ଆଗରେ ନିଜକୁ ପ୍ରମାଣ କରିବା ପାଇଁ ବଡ଼ ଅବସର ରହିଛି। ଯଦି ସେ ସଫଳ ହୁଅନ୍ତି ତେବେ ଦଳରେ ସ୍ଥାନ ପାଇବାକୁ ଯୋଗ୍ୟ ବିବେଚିତ ହେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri