ଡିସେମ୍ବର ୨୬ରେ ପ୍ରତାପ ଜେନାଙ୍କ ପରବର୍ତ୍ତୀ ଶୁଣାଣି

ନିଶ୍ଚିନ୍ତକୋଇଲି,୨୧।୧୧ (ଅଶୋକ କୁମାର ମହାପାତ୍ର):ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରିବା ପରେ ସାଲେପୁର ଜେଏମ୍‌ଏଫ୍‌ସି(ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ) ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଶୁଣାଣି ଘୁଞ୍ଚାଇ ଦେଇଛନ୍ତି। ଡିସେମ୍ବର ୨୬ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରିବା ପାଇଁ କୋର୍ଟ ଆଦେଶ ଦେଇଛନ୍ତି। ଗତ ୧୮ ତାରିଖରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ବ୍ୟକ୍ତିଗତ ହାଜିରାରୁ ବାଦ୍‌ ଦେବା ପାଇଁ ସିଆର୍‌ପିସି ୨୦୫ ଓ ପ୍ରତିପକ୍ଷଙ୍କ ପକ୍ଷରୁ ୨୧୦ ପିଟିଶନ ଆଧାରରେ ମୂଳ କେଶ ସହ ତାଙ୍କ ନାମ ଯୋଡ଼ିବାକୁ ଆବେଦନ କରାଯାଇଥିଲା। ଏନେଇ ହାଇକୋର୍ଟରେ ମାମଲା ବିଚାରାଧୀନ ଥିବାରୁ ଉଭୟ ପିଟିଶନର ଶୁଣାଣି ପାଇଁ ପ୍ରତାପଙ୍କ ଓକିଲ ଜେଏମ୍‌ଏଫ୍‌ସିଙ୍କୁ ଅଧିକ ସମୟ ମାଗିଥିଲେ। ଏହାପରେ ଉଭୟ ପକ୍ଷ ଓକିଲଙ୍କ ଆବେଦନକୁ ଆଧାର କରି କୋର୍ଟ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି। ପୂର୍ବରୁ ପ୍ରତାପଙ୍କ ନାମରେ ହତ୍ୟା, ଷଡଯନ୍ତ୍ର, ଧମକ ଦେବା ଭଳି ଦଫାରେ ମାମଲା ଚାଲୁ ରଖିବା ପାଇଁ କୋର୍ଟ ଆଦେଶ ଦେଇଛନ୍ତି। ପ୍ରତାପ ବିଧାୟକ ହୋଇଥିବାରୁ ଏହି ମାମଲା ଭୁବନେଶ୍ୱର ଆଡିସିନାଲ ଡିଷ୍ଟ୍ରିକ ସେକ୍ସନ ଜଜ୍‌ କମ୍‌ ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ମାହାଙ୍ଗା ଥାନା ଅଧୀନ ନୃତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ୨୦୨୧ ଜାନୁୟାରୀ ୨ରେ ହତ୍ୟା କରାଯାଇଥିଲା। ଉକ୍ତ ଘଟଣାରେ ମାହାଙ୍ଗା ବିଧାୟକ ତଥା ତକତ୍ାଳୀନ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ହୋଇଥିଲା। ଏପରିକି ପୋଲିସ ରୁଜୁ କରିଥିବା ମାମଲାରେ ତାଙ୍କ ନାମ ଅଭିଯୁକ୍ତ ତାଲିକାର ୧୩ ନମ୍ବରରେ ଥିଲା। ମାତ୍ର ପରବର୍ତ୍ତୀ ସମୟରେ ପ୍ରତାପଙ୍କ ନାମ ପୋଲିସ ଚାର୍ଜଶିଟରୁ କାଟି ଦେଇଥିଲା। ଏହାକୁ ବିରୋଧ କରି ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ୨୧୭/୨୧ରେ ଏକ ପ୍ରୋଟେଷ୍ଟ ପିଟିଶନ ଦାଖଲ କରିଥିଲେ। ଏହି ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ମାହାଙ୍ଗା ଥାନା ଅଧିକାରୀଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏପରିକି ଘଟଣାରେ ଜଡ଼ିତ ପ୍ରତାପଙ୍କ ପିଏ ଉମାକାନ୍ତ ବିଶ୍ୱାଳ(ବାପି), ତତ୍କାଳିନ ମାହାଙ୍ଗା ବ୍ଲକ ଅଧ୍ୟକ୍ଷ ଶରତ ଚନ୍ଦ୍ର ନାୟକ ଓ ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ମୃତ ପ୍ରଫୁଲ୍ଲ ବିଶ୍ୱାଳଙ୍କ କଲ ଡିଟେଲ ରେକର୍ଡ ଦାଖଲ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ପୋଲିସ ବାରମ୍ବାର ସମୟ ଗଡ଼ାଇ ବିଳମ୍ବ କରିବାରୁ କୋର୍ଟ ଭର୍ତ୍ସନା କରିଥିଲେ। ଶେଷରେ ଚାର୍ଜଶିଟ, କଲ ରେକର୍ଡ ସମେତ ମାମଲାର ଦସ୍ତାବିଜ କୋର୍ଟରେ ପୋଲିସ ଦାଖଲ କରିଥିଲା। ଇତିମଧ୍ୟରେ କୁଳମଣିଙ୍କ ପୁଅ ରମାକାନ୍ତଙ୍କ ମୃତ୍ୟୁ ହେବା ପରେ ତାଙ୍କ ଭାଇ ରଞ୍ଜିତ କୁମାର ବରାଳ ପୁନର୍ବାର ରିଭ୍ୟୁ ପିଟିଶନ ଦାଖଲ କରିଥିଲେ। ସମସ୍ତ ସାକ୍ଷ୍ୟ, ପ୍ରମାଣ ଓ ମାମଲାର ପାରିପାର୍ଶ୍ୱିକ ଅବସ୍ଥାକୁ ଆଖି ଆଗରେ ରଖି ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ୧୫।୯।୨୦୨୩ରେ ବିଧାୟକ ପ୍ରତାପ ଜେନାଙ୍କ ନାମରେ ମାମଲା ଚାଲୁ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri