ଶୋଭାଯାତ୍ରାରେ ଆସି ପ୍ରାର୍ଥିପତ୍ର ଦାଖଲ କଲେନି ପ୍ରତାପ ଜେନାଙ୍କ ପୁଅ

କଟକ,୧୪ା୫(ଶିଳ୍ପା ପ୍ରିୟଦର୍ଶିନୀ):ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। ସୋମବାର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାର ପ୍ରାୟ ୧ ଘଣ୍ଟା ପରେ ମାହାଙ୍ଗା ବିଜେଡି ପ୍ରାର୍ଥୀ ଅଙ୍କିତ୍‌ ପ୍ରତାପ ଜେନା ଓ ବିଧାୟକ ପ୍ରତାପ ଜେନା ସ୍ଥାନୀୟ ପଞ୍ଚମୁଖୀ ହନୁମାନ ମନ୍ଦିରଠାରୁ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ହେଲେ ମାହାଙ୍ଗା ନିର୍ବାଚନମଣ୍ଡଳୀ ପାଇଁ ଦାୟିତ୍ୱରେ ଥିବା ରିଟର୍ନିଂ ଅଫିସର ତଥା ଅତିରିକ୍ତ ଜିଲାପାଳ ଉମାକାନ୍ତ ରାଜ୍‌ଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ ନ କରି ଅଙ୍କିତ୍‌ ଫେରିଯାଇଛନ୍ତି। ଏହାକୁ ନେଇ ଏବେ ହଟଚମଟ ସୃଷ୍ଟି ହୋଇଛି। ଏପରି କି ମାହାଙ୍ଗାର ବିଜେଡି ପ୍ରାର୍ଥୀଙ୍କୁ ବଦଳାଇ ପ୍ରତାପ ଜେନାଙ୍କୁ ପ୍ରାର୍ଥୀ କରାଯାଇପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ବିଶେଷସୂତ୍ରରୁ ମିଳିଥିବା ସୂଚନା ମୁତାବକ, ବିଜେଡି ଯଦି ପ୍ରାର୍ଥୀ ନ ବଦଳାଏ, ତେବେ ପ୍ରତାପ ବିଜେଡି ପ୍ରାର୍ଥୀ ଅଙ୍କିତ୍‌ଙ୍କ ସହ ସ୍ବାଧୀନ ପ୍ରାର୍ଥୀ ଭାବେ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିପାରନ୍ତି ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି। ଏନେଇ ଅଙ୍କିତ୍‌ଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ଆଇନଜୀବୀଙ୍କ…

ଭୁବନେଶ୍ୱର,୨୨।୬(ସୁନିତ ମିଶ୍ର): ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri