Posted inଜାତୀୟ

ଦୁର୍ଗାପୁର ଆଇକ୍ୟୁ ହସ୍ପିଟାଲରେ ପ୍ରତାପ ଷଡ଼ଙ୍ଗୀ, ପୀଡ଼ିତାଙ୍କ ପରିବାରକୁ ଭେଟି…

କୋଲକାତା,୧୪ା୧୦: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାରେ ଦୁର୍ଗାପୁର ଆଇକ୍ୟୁ ହସ୍ପିଟାଲରେ ପହଞ୍ଚିଛନ୍ତି ଏମ୍‌ପି ପ୍ରତାପ ଷଡ଼ଙ୍ଗୀ। ତାଙ୍କ ସହ ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ଐଶ୍ବର୍ଯ୍ୟା ବିଶ୍ବାଳ ମଧ୍ୟ ଅଛନ୍ତି। ନନା ପୀଡ଼ିତାଙ୍କ ପରିବାରକୁ ଭେଟି ଆଲୋଚନା କରିବେ।

ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନଚ୍ଚିମପୁର ଅଞ୍ଚଳର ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ହୋଇଛି ଗଣବଳାତ୍କାର। ତେବେ ଗୁରୁତର ଅବସ୍ଥାରେ ପୀଡ଼ିତା ମେଡିକାଲ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ଚିକିତ୍ସା ଚାଲିଛି। ଘଟଣାସ୍ଥଳରେ ଦୁର୍ଗାପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଜାତୀୟ ମହିଳା କମିଶନ ଟିମ୍‌ ବି ଘଟଣାସ୍ଥଳ ଅଭିମୁଖେ ଯାଉଥିବା ସୂଚନା ମିଳିଛି।
ଗଣମାଧ୍ୟମ ସୂତ୍ର ଅନୁଯାୟୀ, ଡାକ୍ତରୀ ଛାତ୍ରୀ ଜଣଙ୍କ ତାଙ୍କ ବୟଫ୍ରେଣ୍ଡ ବା ପୁରୁଷବନ୍ଧୁଙ୍କ ସହ ଶୁକ୍ରବାର ରାତିରେ କ୍ୟାମ୍ପସ୍‌ ବାହାରକୁ ଗୁପ୍‌ଚୁପ୍‌ ଖାଇବା ପାଇଁ ଯାଇଥିଲେ। କଲେଜ ଗେଟ୍‌ ନିକଟରେ ୪ ରୁ ୫ ଜଣ ଅଜ୍ଞାତ ଲୋକ ତାଙ୍କୁ ଛକି ରହିଥିଲେ। ସେ ମେଡିକାଲକୁ ଫେରିବା ସମୟରେ ଟାଣିନେଇ ହସ୍ପିଟାଲ ପଛପଟେ ଏକ ଶୂନଶାନ୍‌ ସ୍ଥାନରେ ଗଣବଳାତ୍କାର କରିଥିଲେ। ପୀଡ଼ିତା ଛାତ୍ରୀଙ୍କୁ ଏବେ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଚିକିତ୍ସା ଚାଲିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri