ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ କଲ୍ୟାଣ ମଣ୍ଡପରେ ଭାଜପା ପକ୍ଷରୁ ଖୋଲାଯାଇଥିବା ଅସ୍ଥାୟୀ ନିର୍ବାଚନୀ କାର୍ଯ୍ୟାଳୟରେ ପହଞ୍ଚତ୍ କର୍ମୀମାନେ ହୋହଲ୍ଲା କରିଛନ୍ତି। ପ୍ରାର୍ଥୀ ପରିବର୍ତ୍ତନ ନ ହେଲେ ଏମ୍‌ପି ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଜଳେଶ୍ୱର ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ ବୋଲି ଅସନ୍ତୁଷ୍ଟ ଭାଜପା କର୍ମୀମାନେ ଚେତାବନୀ ଦେଇଛନ୍ତି।
ସୂଚନା ଅନୁଯାୟୀ, ରବିବାର ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ପୁରୁଖା ଭାଜପା କର୍ମୀମାନେ ସହଦେବଖୁଣ୍ଟାସ୍ଥିତ ଅସ୍ଥାୟୀ କାର୍ଯ୍ୟାଠାରେ ପହଞ୍ଚତ୍ ପ୍ରାର୍ଥୀ ଘୋଷଣା ହୋଇଥିବା ବ୍ରଜମୋହନ ପ୍ରଧାନଙ୍କ ବଦଳରେ ରଘୁନାଥ ମହାନ୍ତିଙ୍କୁ ପ୍ରାର୍ଥୀ କରିବା ପାଇଁ ଏମ୍‌ପି ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କଠାରେ ଦାବି କରିଥିଲେ। ଏହାକୁ ନେଇ ଦୀର୍ଘ ସମୟ କଥା କଟାକଟି ହେବା ସହ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। କର୍ମୀ ଦୀର୍ଘ ୨/୩ ଘଣ୍ଟା ଉକ୍ତ କାର୍ଯ୍ୟାଳୟକୁ ଘେରାଉ କରି ରଖିଥିବା ଦେଖିବାକୁ ମିଳିଥିଲା।
ଅଭିଯୋଗ ଅନୁଯାୟୀ, ବ୍ରଜ ବିଜେଡି ଛାଡ଼ି ଭାଜପାରେ ମିଶିଥିବା କାରଣରୁ ସ୍ଥାନୀୟ ଭାଜପା କର୍ମୀମାନେ ସହଜରେ ଗ୍ରହଣ କରି ନ ପାରି ତାଙ୍କ ପ୍ରାର୍ଥୀତ୍ୱକୁ ବିରୋଧ କରିଆସୁଛନ୍ତି। ଉକ୍ତ ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀ ପରିବର୍ତ୍ତନ ପାଇଁ କର୍ମୀମାନେ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଅସନ୍ତୁଷ୍ଟ ଭାଜପା କର୍ମୀ ଚାରୁଚନ୍ଦ୍ର ଦାସଙ୍କ ନେତୃତ୍ୱରେ ଅଞ୍ଚଳର ୪୦ରୁ ୫୦ ନେତା ଓ କର୍ମୀ ରବିବାର ଏକଜୁଟ୍‌ ହୋଇ ଉକ୍ତ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ପ୍ରାର୍ଥୀ ପରିବର୍ତ୍ତନ ପାଇଁ ଦାବି କରିଥିଲେ। ଯଦି ପ୍ରାର୍ଥୀ ପରିବର୍ତ୍ତନ କରା ନ ଯାଏ ତେବେ ଜଳେଶ୍ୱର ବିଧାନସଭା କ୍ଷେତ୍ର ଅଞ୍ଚଳରେ ଭାଜପା ଏମ୍‌ପି ପ୍ରାର୍ଥୀ ଷଡ଼ଙ୍ଗୀ ଓ ଜିଲା ଭାଜପା ସଭାପତି ଉମାକାନ୍ତ ମହାପାତ୍ରଙ୍କୁ ପୂରାଇ ଦିଆଯିବ ନାହଁି ବୋଲି ଅସନ୍ତୁଷ୍ଟ ନେତାମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ଆଇନଜୀବୀଙ୍କ…

ଭୁବନେଶ୍ୱର,୨୨।୬(ସୁନିତ ମିଶ୍ର): ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା…

ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ବୃହତ୍ ଅସ୍ତ୍ରଶସ୍ତ୍ର ଭଣ୍ଡାର

କୋରାପୁଟ, ୨୨/୬ (ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ବଡ଼ଲିପାହାଡ଼ ଜଙ୍ଗଲରେ ସୁରକ୍ଷାବାହିନୀ ପକ୍ଷରୁ ଚାଲିଥିବା ଚଢ଼ାଉ ବେଳେ ମାଓବାଦୀଙ୍କ ଏକ ବୃହତ୍ ଅସ୍ତ୍ରଶସ୍ତ୍ର…

ଟିମ ଇଣ୍ଡିଆକୁ ଘାରିଲାଣି 2026 ଟି-20 ବିଶ୍ୱକପରୁ ବାହାରି ଯିବାର ଭୟ; ଗୋଟିଏ ପରାଜୟ ବଢାଇଲା ଟେନସନ

ନୂଆଦିଲ୍ଲୀ,୨୨।୬: ଜୁନ ୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଭାରତ ପରାଜୟ ବରଣ କରିଥିଲା। ଏହି ଫଳାଫଳ ଗ୍ରୁପ ୧ ପଏଣ୍ଟ ଟେବୁଲର ଗତିଶୀଳତାକୁ ସମ୍ପୂର୍ଣ୍ଣ…

ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ବ୍ୟସ୍ତ ବିଧାୟକ: ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ , ଛାତ୍ରୀଛାତ୍ରଙ୍କ ଧାରଣା

ମୋରଡା,୨୨/୬(ସ୍ମାରକ ମାଜୀ): ଜୁନ କୋଡିଏ ତାରିଖରେ ମୟୂରଭଞ୍ଜ ଜିଲାରେ ଭାଜପା ସରକାର ୨ ବର୍ଷ ପୂର୍ତ୍ତି ପାଳନ କରି ସଫଳତାର ଗାଥା ଗାଉଥିବା ବେଳେ ମୋରଡା ନିର୍ବାଚନମଣ୍ଡଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri