ଅମରଙ୍କୁ ପ୍ରତାପ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା, କହୁକହୁ କହିଦେଲେ ଗ୍ରହଣ କରିବେ…

ଭୁବନେଶ୍ୱର,୧୪।୧୦: ଅମର ଶତପଥୀଙ୍କୁ ନେଇ ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଶୀର୍ଷ ନେତୃତ୍ୱ ସ୍ଥିର କରିବେ ଅମରଙ୍କୁ ଗ୍ରହଣ କରିବେ କି ନାହିଁ। ବିଜେଡିର ଅବସ୍ଥା କ’ଣ ତାହା ପ୍ରତିଦିନ ଦେଖିବାକୁ ମିଳୁଛି। ବୁଡ଼ିଗଲା ଡଙ୍ଗାର ନାଁ ତଳକୁ ତଳକୁ ଯାଉଛି, ତାଙ୍କର ସେହି ଅବସ୍ଥା ବୋଲି  କହିଛନ୍ତି। ସେ ଆହୁରି କହିଛନ୍ତି, ସେ ଦଳରେ ଗଣତନ୍ତ୍ର ନାହିଁ, ବିଜେଡିରୁ ପ୍ରତିଷ୍ଠାତା ସଦସ୍ୟ ଯାଇ ସାରିଲେଣି।ସେ ଦଳରେ ମେରୀ ରାୟ ଶାସନ ଚାଲିଛି, ଏମିତିରେ ଦଳରେ ତିଷ୍ଠିବା ମୁସ୍କିଲ ବୋଲି ପ୍ରତାପ କହିଛନ୍ତି।

ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି।

ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ କଡ଼ା ଆକ୍ରମଣ କରିଛନ୍ତି ଲେନିନ। ସେ କହିଛନ୍ତି, ଅମର ଦଳ ଛାଡ଼ି ପଳାନ୍ତୁ। ଯାହାଙ୍କୁ ଦଳରେ ଅଣନିଃଶ୍ବାସୀ ଲାଗୁଛି, ସେ ଛାଡ଼ି ପଳାଇଲେ ଭଲହୁଅନ୍ତା ବୋଲି ଲେନିନ କହିଛନ୍ତି।
ସେ ତ ନିଜ ପୁତୁରାଙ୍କୁ ଆଗରୁ ଭାଜପାକୁ ଛାଡ଼ିଛନ୍ତି, ଏବେ ନିଜେ ପଳାନ୍ତୁ। ଦଳ ତାଙ୍କୁ ୬ ଥର ବିଧାୟକ କରିଛି, ବିଭିନ୍ନ ପଦ ପଦବୀ ଦେଇଛି। ତା’ ପରେ ଯଦି ତାଙ୍କୁ ଅଣନିଃଶ୍ବାସୀ ଲାଗୁଛି, ସେ ଦଳ ଛାଡ଼ି ପଳାଇଲେ ଭଲ ହେବ ବୋଲି ଲେନିନ କହିବା ପରେ ଦଳରେ ହଲଚଲ ସୃଷ୍ଟି ହୋଇଛି। ସେ ଚାଲିଗଲେ ଦଳର ପଇସାଟିଏର କ୍ଷତି ହେବ ନାହିଁ। ଯେଉଁମାନେ ଦଳରୁ ଡେଇଁଛନ୍ତି, ସେମାନେ ଭାଜପା ସମ୍ପର୍କରେ ଥିଲେ। ସେ ଭାଜପାକୁ ଯାଉନାହାନ୍ତି, କି ଭାଜପା ମଧ୍ୟ ତାଙ୍କୁ ପ୍ରଧାନମନ୍ତ୍ରୀ କରିଦେବନି। ଯେଉଁମାନେ ଦଳ ଛାଡ଼ି ଭାଜପାକୁ ଯାଇଛନ୍ତି ସେମାନେ ସେଠି କ’ଣ ପାଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଲେନିନ। ଯେଉଁମାନେ ଯିବାକୁ ଚାହୁଁଛନ୍ତି ସେମାନେ ଯାଆନ୍ତୁ, ବିଜେଡି ଆହୁରି ସୁଦୃଢ଼ ହେବ ବୋଲି କହିଛନ୍ତି ଲେନିନ।

ଲେନିନ ତାଙ୍କୁ ଦଳ ଛାଡ଼ି ପଳାନ୍ତୁ କହିବା ପରେ ଅମର କଡ଼ା କଥା ଶୁଣାଇ ଦେଇଛନ୍ତି।

ସେ କହିଛନ୍ତି, ‘ଦିନ ଥିଲା ମୁଁ ବିଜେଡିରେ ଟିକେଟ ବାଣ୍ଟୁଥିଲି। ଏବେ ମୁଁ ଦଳରେ ନାହିଁ। ମୁଁ ଏବେ ସ୍ବାଧୀନ। ସଭ୍ୟ ସଂଗ୍ରହ ଅଭିଯାନରେ ମୁଁ ମୋ’ ସଭ୍ୟପଦ ନବୀକରଣ ବି କରିନି। କିଛି ଦିନ ହେଲା ମୁଁ ସକ୍ରିୟ ରାଜନୀତିରୁ ନିବୃତ୍ତ ରହିଛି। ଲେନିନ୍‌ଙ୍କ ଅପରିପକ୍ବତା ପ୍ରତି ମୋର ଦୟା ଆସୁଛି। ମୋ ପୁତୁରା କେହି ଭାଜପାକୁ ଯାଇନାହାନ୍ତି, ସେ ନାଁ କହିଲେ ଭଲ ହେବ। ଭାଜପା ସହ ଅନେକ ଦଳ ଏବେ ବି ମୋ’ ସହ ଯୋଗାଯୋଗରେ ଅଛନ୍ତି। କିନ୍ତୁ ମୁଁ ଏବେ ସକ୍ରିୟ ରାଜନୀତିରୁ ନିବୃତ୍ତ ରହିଛି।’

 


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri