ଅମରଙ୍କୁ ପ୍ରତାପ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା, କହୁକହୁ କହିଦେଲେ ଗ୍ରହଣ କରିବେ…

ଭୁବନେଶ୍ୱର,୧୪।୧୦: ଅମର ଶତପଥୀଙ୍କୁ ନେଇ ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଶୀର୍ଷ ନେତୃତ୍ୱ ସ୍ଥିର କରିବେ ଅମରଙ୍କୁ ଗ୍ରହଣ କରିବେ କି ନାହିଁ। ବିଜେଡିର ଅବସ୍ଥା କ’ଣ ତାହା ପ୍ରତିଦିନ ଦେଖିବାକୁ ମିଳୁଛି। ବୁଡ଼ିଗଲା ଡଙ୍ଗାର ନାଁ ତଳକୁ ତଳକୁ ଯାଉଛି, ତାଙ୍କର ସେହି ଅବସ୍ଥା ବୋଲି  କହିଛନ୍ତି। ସେ ଆହୁରି କହିଛନ୍ତି, ସେ ଦଳରେ ଗଣତନ୍ତ୍ର ନାହିଁ, ବିଜେଡିରୁ ପ୍ରତିଷ୍ଠାତା ସଦସ୍ୟ ଯାଇ ସାରିଲେଣି।ସେ ଦଳରେ ମେରୀ ରାୟ ଶାସନ ଚାଲିଛି, ଏମିତିରେ ଦଳରେ ତିଷ୍ଠିବା ମୁସ୍କିଲ ବୋଲି ପ୍ରତାପ କହିଛନ୍ତି।

ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି।

ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ କଡ଼ା ଆକ୍ରମଣ କରିଛନ୍ତି ଲେନିନ। ସେ କହିଛନ୍ତି, ଅମର ଦଳ ଛାଡ଼ି ପଳାନ୍ତୁ। ଯାହାଙ୍କୁ ଦଳରେ ଅଣନିଃଶ୍ବାସୀ ଲାଗୁଛି, ସେ ଛାଡ଼ି ପଳାଇଲେ ଭଲହୁଅନ୍ତା ବୋଲି ଲେନିନ କହିଛନ୍ତି।
ସେ ତ ନିଜ ପୁତୁରାଙ୍କୁ ଆଗରୁ ଭାଜପାକୁ ଛାଡ଼ିଛନ୍ତି, ଏବେ ନିଜେ ପଳାନ୍ତୁ। ଦଳ ତାଙ୍କୁ ୬ ଥର ବିଧାୟକ କରିଛି, ବିଭିନ୍ନ ପଦ ପଦବୀ ଦେଇଛି। ତା’ ପରେ ଯଦି ତାଙ୍କୁ ଅଣନିଃଶ୍ବାସୀ ଲାଗୁଛି, ସେ ଦଳ ଛାଡ଼ି ପଳାଇଲେ ଭଲ ହେବ ବୋଲି ଲେନିନ କହିବା ପରେ ଦଳରେ ହଲଚଲ ସୃଷ୍ଟି ହୋଇଛି। ସେ ଚାଲିଗଲେ ଦଳର ପଇସାଟିଏର କ୍ଷତି ହେବ ନାହିଁ। ଯେଉଁମାନେ ଦଳରୁ ଡେଇଁଛନ୍ତି, ସେମାନେ ଭାଜପା ସମ୍ପର୍କରେ ଥିଲେ। ସେ ଭାଜପାକୁ ଯାଉନାହାନ୍ତି, କି ଭାଜପା ମଧ୍ୟ ତାଙ୍କୁ ପ୍ରଧାନମନ୍ତ୍ରୀ କରିଦେବନି। ଯେଉଁମାନେ ଦଳ ଛାଡ଼ି ଭାଜପାକୁ ଯାଇଛନ୍ତି ସେମାନେ ସେଠି କ’ଣ ପାଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଲେନିନ। ଯେଉଁମାନେ ଯିବାକୁ ଚାହୁଁଛନ୍ତି ସେମାନେ ଯାଆନ୍ତୁ, ବିଜେଡି ଆହୁରି ସୁଦୃଢ଼ ହେବ ବୋଲି କହିଛନ୍ତି ଲେନିନ।

ଲେନିନ ତାଙ୍କୁ ଦଳ ଛାଡ଼ି ପଳାନ୍ତୁ କହିବା ପରେ ଅମର କଡ଼ା କଥା ଶୁଣାଇ ଦେଇଛନ୍ତି।

ସେ କହିଛନ୍ତି, ‘ଦିନ ଥିଲା ମୁଁ ବିଜେଡିରେ ଟିକେଟ ବାଣ୍ଟୁଥିଲି। ଏବେ ମୁଁ ଦଳରେ ନାହିଁ। ମୁଁ ଏବେ ସ୍ବାଧୀନ। ସଭ୍ୟ ସଂଗ୍ରହ ଅଭିଯାନରେ ମୁଁ ମୋ’ ସଭ୍ୟପଦ ନବୀକରଣ ବି କରିନି। କିଛି ଦିନ ହେଲା ମୁଁ ସକ୍ରିୟ ରାଜନୀତିରୁ ନିବୃତ୍ତ ରହିଛି। ଲେନିନ୍‌ଙ୍କ ଅପରିପକ୍ବତା ପ୍ରତି ମୋର ଦୟା ଆସୁଛି। ମୋ ପୁତୁରା କେହି ଭାଜପାକୁ ଯାଇନାହାନ୍ତି, ସେ ନାଁ କହିଲେ ଭଲ ହେବ। ଭାଜପା ସହ ଅନେକ ଦଳ ଏବେ ବି ମୋ’ ସହ ଯୋଗାଯୋଗରେ ଅଛନ୍ତି। କିନ୍ତୁ ମୁଁ ଏବେ ସକ୍ରିୟ ରାଜନୀତିରୁ ନିବୃତ୍ତ ରହିଛି।’

 


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri