ଶେୟାର ମାର୍କେଟରେ ଲାଗିଛି ପ୍ରତାପଙ୍କ ଟଙ୍କା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ଓ୍ବେଲ୍‌ଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି)ର ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କ କଳା କାରନାମାର ପେଡ଼ିି ଖୋଲିବାରେ ଲାଗିଛି। ପ୍ରତାପ ଓଡ଼ିଆ ଚଳଚ୍ଚିତ୍ରରେ ଟଙ୍କା ଲଗାଇବା ସହ ଶେୟାର ମାର୍କେଟ୍‌ରେ ବି ନିବେଶ କରିଥିବା ଭିଜିଲାନ୍ସ ଜାଣିବାକୁ ପାଇଛି। ପାଖାପାଖି ୧ କୋଟି ୭ଲକ୍ଷ ୩୭ ହଜାର ୮୩୧ ଟଙ୍କା ସେ ନିବେଶ କରିଛନ୍ତି। ତେବେ ବର୍ତ୍ତମାନ ଏହି ଟଙ୍କା ବଢ଼ିଯାଇଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଏହି ଟଙ୍କାକୁ ଭିଜିଲାନ୍ସ ପକ୍ଷରୁ ଜବତ କରାଯାଇଥିବା ସୂଚନା ମିଳିଛି।
ଅନ୍ୟପକ୍ଷରେ ପ୍ରତାପ ଆଉ କେଉଠି ଟଙ୍କା ନିବେଶ କରିଥିଲେ, ସୁଧ ବେପାର କରୁଥିଲେ କି ନାହିଁ, ତାଙ୍କ ସହ ଆଉ କେହି ସମ୍ପୃକ୍ତ ଅଛନ୍ତି କି ପ୍ରଭୃତି ଅନେକ ଦିଗକୁ ନେଇ ଭିଜିଲାନ୍ସ ଅନୁସନ୍ଧାନ ଜାରି ରଖିଛି। ସେହିପରି ୨୦୦୩ ଏବଂ ୨୦୦୫ରେ ନିର୍ମିତ ଦୁଇଟି ଓଡ଼ିଆ ସିନେମାରେ ପ୍ରତାପ ଟଙ୍କା ଲଗାଇଥିଲେ। ଏନେଇ ଭିଜିଲାନ୍ସ ଅଧିକ ଖୋଳତାଡ଼ କରୁଥିବା ବେଳେ ଓଡିଶା ଫିଲ୍ମ ଡେଭଲପମେଣ୍ଟ କର୍ପୋରେଶନ୍‌ (ଓଏଫ୍‌ଡ଼ିସି) ସହ ଯୋଗାଯୋଗ କରିଛି। ପ୍ରତାପଙ୍କ ସ୍ତ୍ରୀଙ୍କ ପ୍ରଯୋଜନାରେ ଆଉ କେତୋଟି ଫିଲ୍ମ ନିର୍ମାଣ ହୋଇଛି ତାହା ଜାଣିବା ପାଇଁ ଭିଜିଲାନ୍ସ ଓଏଫ୍‌ଡିସିକୁ ରିପୋର୍ଟ ମାଗିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ଭିଜିଲାନ୍ସ ବିଭାଗ ପକ୍ଷରୁ ୧୦ଟି ଟିମ୍‌ ମଙ୍ଗଳବାର ତାଙ୍କ ଅଫିସ ଓ ବାସଭବନ ସମେତ ୯ ସ୍ଥାନରେ ଚଢ଼ାଉ କରିଥିଲେ। ୫ଟି କୋଠା ସହ ମୋଟ ୨୭ଟି ଅସ୍ଥାବର ସମ୍ପତ୍ତି ଠାବ କରାଯିବା ସମେତ ନଗଦ ୩୮. ୧୨ ଲକ୍ଷ ଟଙ୍କା ଜବତ ହୋଇଥିଲା। ପ୍ରତାପ ଏବଂ ତାଙ୍କ ସ୍ତ୍ରୀ ସସ୍ମିତା ସାମଲଙ୍କ ନାମରେ ସର୍ବମୋଟ୍‌ ୧୪.୮୭କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିଲା। ଭିଜିଲାନ୍ସ ପ୍ରତାପ ଓ ସସ୍ମିତାଙ୍କ ନାମରେ ଏକ ମାମଲା (ନଂ. ୩୪/୨୧) ରୁଜୁ କରିଥିଲା। ବୁଧବାର ପ୍ରତାପଙ୍କୁ ଗିରଫ କରାଯାଇଥିବାବେଳେ ଗୁରୁବାର ତାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri