ବାଥ୍‌ରୁମ୍‌ରୁ ମିଳିଲା ସେଲିବ୍ରିଟି ଫ୍ୟାଶନ ଡିଜାଇନର୍‌ ପ୍ରତ୍ୟୁଷାଙ୍କ ମୃତଦେହ

ହାଇଦ୍ରାବାଦ: ଟଲିଉଡ୍‌ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ବାଥରୁମ୍‌ରୁ ମିଳିଛି ସେଲିବ୍ରିଟି ଫ୍ୟାଶନ ଡିଜାଇନର ପ୍ରତ୍ୟୁଷା ଗାରିମେଲାଙ୍କ ମୃତଦେହ। ହାଇଦ୍ରାବାଦ ସ୍ଥିତ ବଞ୍ଜାରା ହିଲ୍ସ ଆପାର୍ଟମେଣ୍ଟର ବାଥରୁମ୍‌ରୁ ଶନିବାର ତାଙ୍କ ମୃତଦେହ ସନ୍ଦିଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏପରିକି ତାଙ୍କ କୋଠରୀରୁ କାର୍ବନ ମନୋକ୍ସାଇଡ ବୋତଲ ଜବତ ହୋଇଛି। ଏହାକୁ ଷ୍ଟିମ୍‌ ସହ ସେ ନେଇଥିବାରୁ ତାଙ୍କର ମୃତ୍ୟୁ ହୋଇଥିବା ପୋଲିସ ସନ୍ଦେହ କରୁଛି।

ପ୍ରତ୍ୟୁଷାଙ୍କ ପରିବାରଲୋକଙ୍କୁ ତାଙ୍କ ମୃତ୍ୟୁ ନେଇ ଖବର ଦିଆଯାଇଛି। ସେ ମାନସିକ ଚାପରେ ଥିଲେ ବୋଲି କୁହାଯାଉଛି। ପୋଲିସ ତାଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଉସମାନିଆ ହସ୍ପିଟାଲକୁ ପଠାଇଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ତାଙ୍କ ଘରୁ ଏକ ଚିଠି ମଧ୍ୟ ଜବତ ହୋଇଛି। ଏଥିରେ ତାଙ୍କ ମୃତ୍ୟୁକୁ ନେଇ କାହାକୁ ମଧ୍ୟ ଦାୟୀ କରାଯାଇ ନାହିଁ। ଏଥିରେ ‘ବେଶ ଏକୁଟିଆ ଅନୁଭବ କରୁଛି। ଡିପ୍ରେସନରେ ଅଛି’ ବୋଲି ଲେଖାଥିବା ପୋଲିସ କହିଛି।

୩୫ ବର୍ଷୀୟ ପ୍ରତ୍ୟୁଷା ହାଇଦ୍ରାବାଦର ବଞ୍ଜାରା ହିଲ୍ସର ଫିଲ୍ମ ନଗରରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ। ସେ ଆମେରିକାରେ ଫ୍ୟାଶନ ଡିଜାଇନ୍‌ର ପାଠ ପଢ଼ିବା ପରେ ହାଇଦ୍ରାବାଦରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ପ୍ରଥମେ ସେ ବାପାଙ୍କ ବ୍ୟବସାୟରେ ସାମିଲ ହୋଇଥିଲେ। ହେଲେ ପରେ ସେ ଏହି ବିଜନେସ ଛାଡି ଡ୍ରେସ ଡିଜାଇନ କରିବା ଆରମ୍ଭ କରିଥିଲେ। ୨୦୧୩ରେ ସେ ଏଥିରେ ସଫଳତା ପାଇଥିଲେ। ସେ ଅନେକ ଟଲିଉଡର କଳାକାରଙ୍କ ସହ କାମ କରିଛନ୍ତି। ବଲିଉଡ୍‌ରେ ମଧ୍ୟ ତାଙ୍କର ସ୍ବତନ୍ତ୍ର ପରିଚୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri