ପ୍ରତିଭାଙ୍କୁ ପଦ୍ମଭୂଷଣ, ପ୍ରମୋଦଙ୍କୁ ପଦ୍ମଶ୍ରୀ

ଭୁବନେଶ୍ୱର, ୨୯।୩(ବ୍ୟୁରୋ):ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦୁଇ ଓଡ଼ିଆଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମର୍ଯ୍ୟାଦାଜନକ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି। ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ବିଶିଷ୍ଟ ଲେଖିକା ତଥା ଔପନ୍ୟାସିକା ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ ଓ କ୍ରୀଡ଼ା କ୍ଷେତ୍ରରେ ପାରା ଆଥ୍‌ଲେଟ୍‌ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଛି। ସୋମବାର ରାଷ୍ଟ୍ରପତି ଭବନ ଦରବାର ହଲରେ ଅନୁଷ୍ଠିତ ୨୦୨୨ର ଦ୍ୱିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ବିତରଣ ଉତ୍ସବରେ ରାଷ୍ଟ୍ରପତି କୋବିନ୍ଦ ଏହି ଦୁଇ ଓଡ଼ିଆଙ୍କ ସମେତ ମୋଟ୍‌ ୬୪ ଜଣଙ୍କୁ ପଦ୍ମ ସମ୍ମାନ ପ୍ରଦାନ କରିଥିଲେ। ଏମାନଙ୍କ ମଧ୍ୟରେ ୨ ଜଣଙ୍କୁ ପଦ୍ମ ବିଭୂଷଣ, ୯ ଜଣଙ୍କୁ ପଦ୍ମଭୂଷଣ ଓ ୫୩ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଛି।
ପଦ୍ମଶ୍ରୀ ପାଇଥିବା ଓଡ଼ିଆ ବାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତ ଗତ ପାରା ଅଲିମ୍ପିକ୍ସରେ ଦେଶ ପାଇଁ ସ୍ବର୍ଣ୍ଣପଦକ ଜିତିଥିଲେ। ଏହାପୂର୍ବରୁ ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ପାଇଁ ପ୍ରମୋଦଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ମିଳିଥିଲା। ସେହିପରି ପଦ୍ମଭୂଷଣ ସମ୍ମାନ ପାଇଥିବା ଖ୍ୟାତନାମା ଲେଖିକା ପ୍ରତିଭା ରାୟ ୨୦୦୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ୨୦୧୧ରେ ଜ୍ଞାନପୀଠ ପୁରସ୍କାର ପାଇଥିଲେ। ଏଥିସହିତ ଅନେକ ସମ୍ମାନରେ ସେ ମଧ୍ୟ ସମ୍ମାନିତ ହୋଇଛନ୍ତି। ତେବେ ସମ୍ମାନଜନକ ପଦ୍ମଭୂଷଣ ଘୋଷଣା ପରେ ସେ କହିଥିଲେ, ଏ ସମ୍ମାନ ମୋ ରାଜ୍ୟର, ମୋ ଭାଷାର। ଏ ସମ୍ମାନ ବ୍ୟକ୍ତିଙ୍କୁ ନୁହେଁ, ସାହିତ୍ୟକୁ ମିଳିଛି।
ସୂଚନାଯୋଗ୍ୟ, ୨୦୨୨ ପାଇଁ ମୋଟ୍‌ ୧୨୮ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରାଯାଇଛି। ୪ଜଣଙ୍କୁ ପଦ୍ମ ବିଭୂଷଣ, ୧୭ଜଣଙ୍କୁ ପଦ୍ମଭୂଷଣ ଓ ୧୦୭ଜଣଙ୍କୁ ପଦ୍ମଶ୍ରୀ ପ୍ରଦାନ କରାଯାଇଛି। ଏମାନଙ୍କ ମଧ୍ୟରୁ ୩୪ଜଣ ମହିଳା ଥିବାବେଳେ ୧୩ଜଣଙ୍କୁ ମରଣୋତ୍ତର ଭାବେ ପୁରସ୍କାର ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୬୪ଜଣ ଓ ଦ୍ୱିତୀୟ ପର୍ଯ୍ୟାୟରେ ୬୪ଜଣଙ୍କୁ ସମ୍ମାନ ପ୍ରଦାନ କରାଯାଇଥିଲା। ତେବେ ଏହି ଦୁଇ ପର୍ଯ୍ୟାୟରେ ଓଡ଼ିଶାରୁ ଜଣଙ୍କୁ ପଦ୍ମଭୂଷଣ ଓ ୬ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୫ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା। ସମାଜସେବା କ୍ଷେତ୍ରରେ ବିଶିଷ୍ଟ ପ୍ରବଚକ ଶ୍ରୀମଦ୍‌ ବାବା ବଳିଆ, ବିଜ୍ଞାନ ଓ ବେଷୟିକ ଜ୍ଞାନ କ୍ଷେତ୍ରରେ ପ୍ରଫେସର ଡ. ଆଦିତ୍ୟ ପ୍ରସାଦ ଦାଶ, କଳା କ୍ଷେତ୍ରରେ ବିଶିଷ୍ଟ କଣ୍ଠଶିଳ୍ପୀ ଡ. ଶ୍ୟାମାମଣି ଦେବୀ, ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ସାହିତି୍ୟକ ନରସିଂହ ପ୍ରସାଦ ଗୁରୁ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭାବେ ସ୍ବର୍ଗତ ଗୁରୁ ପ୍ରସାଦ ମହାପାତ୍ରଙ୍କୁ ମରଣୋତ୍ତର ଭାବେ ପଦ୍ମଶ୍ରୀ ସମ୍ମାନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri