ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ” ପ୍ରତିଧ୍ଵନି” ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଗୁରୁ ପଦ୍ମଶ୍ରୀ ଅରୁଣା ମହାନ୍ତି ଉଦଘାଟନ କରିଥିଲେ। ଅନ୍ୟ ଅତିଥି ଭାବେ ଗୁରୁ ରତିକାନ୍ତ ମହାପାତ୍ର, ଗୁରୁ ସୁକାନ୍ତ କୁମାର କୁଣ୍ଡୁ, ଚଳଚ୍ଚିତ୍ର ଅଭିନେତା ଅନୁଭବ ମହାନ୍ତି ଯୋଗ ଦେଇଥିଲେ।

ବର୍ଷା ଭିଜା ଶୀତୁଆ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ଥିଲା ପୋରାଣିକ କଥାବସ୍ତୁ ଆଧାରିତ ଗ୍ରୁପ୍ ନୃତ୍ୟ ନାଟିକା “ବୃନ୍ଦା”। ଗୁରୁ ଦେବପ୍ରସାଦ ଦାସ ନୃତ୍ୟ ଧାରା, ସିଙ୍ଗାପୁରର ଛାତ୍ରୀ ମାନଙ୍କ ଦ୍ବାରା ଅତି ନିଖୁଣ ଭାବରେ ପରିବେଷିତ ଓଡ଼ିଶୀ ନୃତ୍ୟ ନାଟିକା ବୃନ୍ଦା ଦର୍ଶକଙ୍କ ମନ ମୋହି ଥିଲା। ଏହି ନୃତ୍ୟ ନାଟିକାର ନିର୍ଦ୍ଦେଶନା ଦେଇଥିଲେ ସିଙ୍ଗାପୁର ସ୍ଥିତ ଉକ୍ତ ଅନୁଷ୍ଠାନର ଗୁରୁ ସସ୍ମିତା ପାଳ। ନୃତ୍ୟ କୋରିଓଗ୍ରାଫି ଓ ଗୀତ ଗୁରୁ ବିଜନ କୁମାର ପିଲାଇ କରିଥିଲେ। ଛନ୍ଦ ରଚନା ଗୁରୁ ଧନେଶ୍ଵର ସ୍ୱାଇଁ ଓ ସଙ୍ଗୀତ ରଚନା ଗୁରୁ ସୁକାନ୍ତ କୁମାର କୁଣ୍ଡୁ କରିଥିଲେ।

ଲିତାଲି ମହାପାତ୍ର, କୃତ୍ତିକା ତ୍ରିପାଠୀ, ପ୍ରିୟା ଦାଶ, ପ୍ରୀତି ଦାଶ, ସ୍ମୃତି ପ୍ରଜ୍ଞା ମହାନ୍ତି, ଆୟୁଷି ପ୍ରଧାନ, ରାମେଶ୍ୱରୀ ମହାନ୍ତି, ବେଷ୍ଓବୀ ବାରିକ, ଅନୁସ୍ମିତା ସାବତ, ଶ୍ରେୟାଶି ପ୍ରଧାନ, ପୂଜା ପ୍ରିୟା ମହାନ୍ତି,‌ଶିଳ୍ପୀ ମହାପାତ୍ର, ନୃତ୍ୟ ପରିବେଷଣ କରିଥିଲେ। ସିଙ୍ଗାପୁରର ପିକୋଟେକ୍ ସଲ୍ୟୁସନ୍ସ ପ୍ରାଇଭେଟ୍ ଲିମିଟେଡ ପ୍ରାୟୋଜିତ ଏହି ସାଂସ୍କୃତିକ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଗୁରୁ ପ୍ରଭାତ କୁମାର ସ୍ବାଇଁଙ୍କ ଦ୍ଵାରା ବରବଧୂ ସୋଲୋ ପ୍ରଦର୍ଶନ ହୋଇଥିଲା। ଏହାପରେ ପ୍ରକୃତି ପୁରୁଷ ନୃତ୍ୟରେ ଯୁଗଳ ପ୍ରଦର୍ଶନ କରିଥିଲେ ଦିପ୍ତିରଞ୍ଜନ ବରାଳ ଓ ହିମାଂଶୁ ରାୟ। ଏହି ଅବସରରେ ପ୍ରସିଦ୍ଧ ନୃତ୍ୟ ଓ ସଙ୍ଗୀତ ଗୁରୁ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଓଡିଶୀ ଡ୍ୟାନ୍ସ ଏକାଡେମୀ ଓ ନୃତ୍ୟ ନୈବେଦ୍ୟ ସହଯୋଗ ରେ ଓଡ଼ିଶୀ ନୃତ୍ୟ ଉତ୍ସବ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri