ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ କୁମାର ଚୌଧୁରୀ। ସେ ସୋରିଷରେ ୧.୫ ସେଣ୍ଟିମିଟର ଉଚ୍ଚତାର ସୂକ୍ଷ୍ମ ନନ୍ଦିଘୋଷ ରଥ ନିର୍ମାଣ କରିଛନ୍ତି। ସେହିପରି ୧.୩ ସେଣ୍ଟିମିଟର ଉଚ୍ଚତାର ତାଳଧ୍ୱଜ ଏବଂ ୧.୧ ସେଣ୍ଟିମିଟରର ଦେବଦଳନ ରଥ ନିର୍ମାଣ କରି ଚର୍ଚ୍ଚାକୁ ଆସିଛନ୍ତି। ଏଥିପାଇଁ ତାଙ୍କୁ ୭ ଦିନ ସମୟ ଲାଗିଛି। ତିନି ରଥରେ ପ୍ରାୟ ୩୦୦ ସୋରିଷ ଲାଗିଛି। ଅବସରପ୍ରାପ୍ତ ସେନା କର୍ମଚାରୀ ଏନ. ପ୍ରେମ କୁମାର ଚୌଧୁରୀ ଓ ଏନ.ମମତା ଚୌଧୁରୀଙ୍କ ପୁଅ ପ୍ରତ୍ୟୁଷ ପୂର୍ବରୁ ଚକଖଡ଼ି ଏବଂ ଅରୁଆ ଚାଉଳରେ ବିଶ୍ୱର କ୍ଷୁଦ୍ରତମ ରଥ ତିଆରି କରି ରେକର୍ଡ କରିଛନ୍ତି। ବର୍ତ୍ତମାନ ପୁଣି ସେ ତାଠାରୁ ଆହୁରି କ୍ଷୁଦ୍ର ରଥ ନିର୍ମାଣ କରିଛନ୍ତି। ଏଭଳି ସୂକ୍ଷ୍ମ କଳାକୃତି ସକାଶେ ପୂର୍ବରୁ ତାଙ୍କ ନାମ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଛି। ନିଜର ଏହ କଳାକୃତିକୁ ବିଭିନ୍ନ ରେକର୍ଡ ବୁକ୍‌ ସଂସ୍ଥାକୁ ପଠାଇବା ପାଇଁ ସେ ଯୋଜନା ରଖିଥିବା କହିଛନ୍ତି ପ୍ରତ୍ୟୁଷ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri