ପ୍ରତ୍ୟୁଷାଙ୍କୁ ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ୨୦୨୦ ମୁକୁଟ

ଅନୁଗୋଳ ଅଫିସ୍‌, ୭।୮ – ଅନୁଗୋଳ ଝିଅ ପ୍ରତ୍ୟୁଷା ଅମାନ୍ତ ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ମଡେଲ-୨୦୨୦ର ମୁକୁଟ ବିଜୟିନୀ ହୋଇଛନ୍ତି। ଅନୁଗୋଳ କଲେଜ ଛକ ସ୍ଥିତ ଅଜିତ କୁମାର ଅମାନ୍ତ ଓ ପ୍ରମୋଦିନୀ ଅମାନ୍ତଙ୍କ ଝିଅ ପ୍ରତ୍ୟୁଷା ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରୁ ଇଂଲିଶ ସମ୍ମାନରେ ସ୍ନାତକ, ଇଗ୍ନୋରୁ ସ୍ନାତକୋତ୍ତର ପରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଅଧ୍ୟାପିକା ଭାବେ କାର୍ଯ୍ୟ କରୁଛନ୍ତି। ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ମଡେଲ-୨୦୨୦ ପାଇଁ ଗତ ଫେବୃୟାରୀରେ ସେ ରେଜିଷ୍ଟ୍ରେଶନ କରିଥିଲେ। ତେବେ କରୋନା ପାଇଁ ଏହି ପ୍ରତିଯୋଗିତା ଅନ୍‌ଲାଇନ୍‌ରେ ହୋଇଥିଲା। ଏଥିରେ ଓଡ଼ିଶା, ଛତିଶଗଡ଼, ଆସାମ, ବିହାର, ଆନ୍ଧ୍ରପ୍ରଦେଶ, ଝାଡ଼ଖଣ୍ଡ, କର୍ନାଟକରୁ ୬୩ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ମୋଟ୍‌ ୬ଟି ରାଉଣ୍ଡରେ ସେ ବିଚାରକଙ୍କ ମନ ଜିଣି ମୁକୁଟ ବିଜୟିନୀ ହୋଇଥିଲେ। ଗ୍ଲୋବାଲ ବ୍ୟୁଟି ଇଣ୍ଟରନ୍ୟାଶନାଲ ସଂସ୍ଥା, ଦି ପ୍ରୋ ମହୋତ୍ସବ ଇଭେଣ୍ଟ ଅମରେଶ ଅର୍ଗାନାଇଜେଶନ ଓ ଉଇ ଫର୍‌ ୟୁ’ର ମିଳିତ ଆନୁକୂଲ୍ୟରେ ଏହା ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଗୋପାଳପୁର ଭାୟା ଦିଗପହଣ୍ଡି – ରାୟଗଡ଼ା ରେଳ ଲାଇନ ପାଇଁ ଦାବି, ଜନ ଆନ୍ଦୋଳନ ପାଇଁ ନିଷ୍ପତ୍ତି 

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ବାଲିପଡ଼ା ଗ୍ରାମ ସ୍ଥିତ କଲ୍ୟାଣ ମଣ୍ଡପରେ ରବିବାର ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ପ୍ରସ୍ତାବିତ ଗୋପାଳପୁର…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ…

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ…

ବରଗଡ଼ର ଐତିହ୍ୟ ସନ୍ଧାନ, ସଂରକ୍ଷଣ ପାଇଁ ନିଆରା ଉଦ୍ୟମ, ଇତିହାସ ଗବେଷଣାକୁ ନୂଆ ଦିଗ ଦେବ ଐତିହ୍ୟ ପଦଯାତ୍ରା

ବରଗଡ଼,୨୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ପ୍ରାଚୀନ ଐତିହ୍ୟର ଚିହ୍ନଟ, ସଂରକ୍ଷଣ ଏବଂ ଏହାର ଆଧାରରେ ନୂତନ ଇତିହାସ ରଚନାର ଲକ୍ଷ୍ୟ ନେଇ ବରଗଡ଼ର ବୁଦ୍ଧିଜୀବୀମାନଙ୍କ ମିଳିତ ପ୍ରୟାସରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri