ସୁଭଦ୍ରାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା, ୨୯-୩୦ରେ…

ଭୁବନେଶ୍ୱର,୨୮।୧: ୨୯ ଓ ୩୦ରେ ବ୍ୟାଙ୍କ ଯାଆନ୍ତୁ। ସୁଭଦ୍ରା ଆବେଦନକାରୀଙ୍କୁ ପ୍ରେସମିଟ୍‌ କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଘୋଷଣା କରିଛନ୍ତି। ପ୍ରଭାତୀ କହିଛନ୍ତି, ଆସନ୍ତା କାଲି ଓ ପଅରଦିନ ବ୍ୟାଙ୍କ ଯାଆନ୍ତୁ।

ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ବତନ୍ତ୍ର ଭାବେ ଧ୍ୟାନ ଦେବେ। ଯେଉଁମାନଙ୍କୁ କଲ ଆସିଛି, ମେସେଜ ଆସିଛି ସେମାନେ ବ୍ୟାଙ୍କ ଯାଆନ୍ତୁ। NPCI ଦ୍ବନ୍ଦ୍ବ ଦୂର ପାଇଁ ଆବେଦନକାରୀଙ୍କୁ ବ୍ୟାଙ୍କ ଯିବାକୁ ପଡ଼ିବ। ବ୍ୟାଙ୍କମାନଙ୍କରେ ସୁଭଦ୍ରା ବ୍ୟାନର ଲାଗିଥିବ, ସେଠି ପହଞ୍ଚିବେ। ବ୍ୟାଙ୍କ ପହଞ୍ଚି NPCI ଅଡୁଆ ଦୂର କଲେ ସମସ୍ତେ ସୁଭଦ୍ରା ଟଙ୍କା ପାଇବେ। ପ୍ରାୟ ୩ ଲକ୍ଷ ୩୧ ହଜାର ଆବେଦନକାରୀଙ୍କ ସମସ୍ୟା ରହିଛି , ଏହି ୩ ଲକ୍ଷ ୩୧ ହଜାର ପାଇବାକୁ ଯୋଗ୍ୟ, କେହି ବଞ୍ଚିତ ନ ହୁଅନ୍ତୁ ପ୍ରଭାତୀ କହିଛନ୍ତି।

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ବଡ଼ ଘୋଷଣା କରିଛନ୍ତି।  ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ମହିଳାମାନଙ୍କୁ ଆସନ୍ତା ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି ଟଙ୍କା ମିଳିବ। ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେଉଛି। ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇସାରିଲାଣି। ଏଥିରୁ କେହି ବାଦ୍‌ ପଡ଼ିବେ ନାହିଁ। ସର୍ଭେ ଚାଲିଛି। ଯୋଗ୍ୟ ହିତାଧିକାରୀମାନଙ୍କୁ ନିଶ୍ଚିତ ସୁଭଦ୍ରା ଟଙ୍କା ମିଳିବ।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ ତାରିଖରେ, ଅକ୍ଟୋବର ୯ ଓ ନଭେମ୍ବର ୨୪ ତାରିଖରେ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଜାନୁଆରୀ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ମିଳିବ ବୋଲି କିଛି ଦିନ ତଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri