ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିବେ। ଏହାକୁ ନେଇ ତାଙ୍କ ପରିବାର ସମେତ ନିମାପଡ଼ା ନିର୍ବାଚନମଣ୍ଡଳୀରେ ଖୁସିର ଲହରି ଖେଳିଯାଇଛି। ଦଳୀୟ କର୍ମୀ ଓ ତେରୁଣ୍ଡିଆ ଗ୍ରାମବାସୀ ବାଜା ବଜାଇ, ବାଣ ଫୁଟାଇ ଓ ମିଠା ବାଣ୍ଟି ଖୁସି ମନାଇଛନ୍ତି।

କଟକ ଜିଲା ନିଆଳି ବ୍ଲକ ନିଭରଣ ଗାମରେ ଜନ୍ମିତ ପ୍ରଭାତୀ ପୁରୀ ଜିଲା ନିମାପଡ଼ା ବ୍ଲକ ତେରୁଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ତେରୁଣ୍ଡିଆ ଗ୍ରାମର ଶ୍ୟାମସୁନ୍ଦର ନାୟକଙ୍କୁ ବିବାହ କରିଥିଲେ। ସେ ଦୀର୍ଘବର୍ଷ ହେଲା ରାଜନୀତିରେ ସକ୍ରିୟ ରହିଛନ୍ତି। ଛାତ୍ରୀ ଜୀବନରୁ ତାଙ୍କର ରାଜନୀତି ପ୍ରତି ରୁଚି ରହିଥିଲା। ସେ ନିମାପଡ଼ା କଲେଜରେ ଅଧ୍ୟୟନ କରିଥିବାବେଳେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଏଲ୍‌ଏଲ୍‌ବି ପାସ୍‌ କରିଥିଲେ। ପରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜଣେ ଆଇନଜୀବୀ ଭାବେ କିଛିଦିନ ଧରି କାର୍ଯ୍ୟ କରିଥିଲେ। ବୃତ୍ତିରେ ଜଣେ ଓକିଲ ହୋଇଥିଲେ ମଧ୍ୟ ରାଜନୀତି ପ୍ରତି ତାଙ୍କର ପ୍ରବଳ ଆଗ୍ରହ ରହିଥିଲା। ତେଣୁ ପରବର୍ତ୍ତୀ ସମୟରେ ସେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଥିଲେ। ସେ ରାଜ୍ୟ ସମାଜ ମଙ୍ଗଳ ବୋର୍ଡର ଚେୟାରମ୍ୟାନ, ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ, ଭାଜପାର ରାଜ୍ୟ ଉପସଭାପତି ସମେତ ବିଭିନ୍ନ ପଦବୀରେ ରହିଥିଲେ। ୩ ଥର ପରାଜୟ ବରଣ କରିବା ପରେ ସେ ଚଳିତ ନିର୍ବାଚନରେ ବିଜେଡିର ଦିଲୀପ ନାୟକଙ୍କୁ ହରାଇ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ପ୍ରଥମ ବିଧାୟିକା ହେବା ସହ ତାଙ୍କୁ ନୂତନ ସରକାରରେ ଉପମୁଖ୍ୟମନ୍ତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri