Subhadra Yojana: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା, କଲେଜ ଛାତ୍ରୀ…

ଭୁବନେଶ୍ୱର,୧୭।୪:କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା । ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ । ସୁଭଦ୍ରା ସହାୟତା ପାଇଥିବା ହିତାଧିକାରୀଙ୍କଠାରୁ ମତାମତ ସଂଗ୍ରହ ସର୍ବେକ୍ଷଣରେ କଲେଜ ଛାତ୍ରୀମାନଙ୍କୁ ସାମିଲ କରାଯିବ । ଗତକାଲି ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ସୁଭଦ୍ରା ହିତାଧିକାରୀ ଯେଉଁମାନେ ଟଙ୍କା ପାଇବାରୁ ବଞ୍ଚିତ ଅଛନ୍ତି ସେମାନଙ୍କ ପାଇଁ ସର୍ଭେ ହେବ ବୋଲି କହିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ବୈଠକର ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନୁଯାୟୀ ଯେଉଁ ହିତାଧିକାରୀମାନେ ପ୍ରଥମେ ସୁଭଦ୍ରା ସହାୟତା ପାଇଁ ପଞ୍ଜୀକରଣ କରିଥିଲେ, ମାତ୍ର ପରବର୍ତ୍ତୀ ସମୟରେ ସେମାନଙ୍କ ପରିବାର ଆର୍ଥିକ ସ୍ବଚ୍ଛଳ ବର୍ଗରେ ଆସୁଥିବା ଜାଣି ସେମାନେ ସୁଭଦ୍ରା ପୋର୍ଟାଲରେ ସହାୟତା ନ ନେବା ପାଇଁ ଅପ୍ଟ ଆଉଟ କରିଛନ୍ତି ବା ସେୱଚ୍ଛାକୃତ ଭାବେ ମନା କରିଛନ୍ତି ସେମାନଙ୍କୁ ସମ୍ବର୍ଦ୍ଧିତ କରାଯିବ । ସେହିପରି ବର୍ତ୍ତମାନ ସୁଦ୍ଧା ଯେଉଁମାନେ ସୁଭଦ୍ରାରେ ଅନ୍ତର୍ଭୁକ୍ତ ହୋଇନାହାନ୍ତି ବା କୌଣସି କାରଣରୁ ବାଦ ପଡିଛନ୍ତି ସେମାନଙ୍କ ସଂପର୍କରେ କମିଟି ମାଧ୍ୟମରେ ତର୍ଜମା କରାଯାଇ ଏ ସଂପର୍କିତ ଅଭିଯୋଗର ସମାଧାନ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ଅପରପକ୍ଷେ ସୁଭଦ୍ରା ସହାୟତା ପରିଚାଳନା ସୁବ୍ୟବସ୍ଥା ପାଇଁ କାର୍ଯ୍ୟକାରୀ ହୋଇଥିବା ସହାୟତା କେନ୍ଦ୍ର (ହେଲ୍ପ ଡେସ୍କ) ବ୍ୟବସ୍ଥାକୁ ଆଉ ୩ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏଥି ସହିତ ସୁଭଦ୍ରା ହେଲ୍ପ ଲାଇନ ମଧ୍ୟ ଜାରି ରହିବ ।

 


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri